କଟକ ଚଣ୍ଡିମନ୍ଦିର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

Get real time updates directly on you device, subscribe now.

କଟକ: କଟକ ଚଣ୍ଡିମନ୍ଦିର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ । କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ । ହଜ଼ାର ହଜ଼ାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପୀଠ ।ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ। ରାଜ୍ୟ ସରକାରଙ୍କ ଯୋଜନା ରହିଛି ମନ୍ଦିରର ଉନ୍ନତିକରଣ ଏକ ବର୍ଷରେ ଶେଷ ହେବ ।ଓବିସିସି ଦ୍ୱାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ । ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ ସିସିଟିଭି ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ।
ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ । ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ। ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons