ପୁରୀରେ ଉନ୍ନତିମୂଳକ ପ୍ରକଳ୍ପର ସମୀକ୍ଷା କଲେ 5T ସଚିବ

Get real time updates directly on you device, subscribe now.

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି ସକାଳେ ପୁରୀ କୋଣାର୍କ ଓ କାକଟପୁର ଗସ୍ତରେ ଯାଇ ବିଭିନ୍ନ ବିକାଶ କାମ ବୁଲି ଦେଖିବା ସହ ମା’ ମଙ୍ଗଳାଙ୍କ ପୀଠର ଉନ୍ନତିକରଣ ସମ୍ପର୍କରେ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି ସକାଳେ ପୁରୀ କୋଣାର୍କ ଓ କାକଟପୁର ଗସ୍ତରେ ଯାଇ ବିଭିନ୍ନ ବିକାଶ କାମ ବୁଲି ଦେଖିବା ସହ ମା’ ମଙ୍ଗଳାଙ୍କ ପୀଠର ଉନ୍ନତିକରଣ ସମ୍ପର୍କରେ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। 5T ଉପକ୍ରମରେ ଏହି ପୀଠର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ଗସ୍ତ ଅବସରରେ ଶ୍ରୀ ପାଣ୍ଡିଆନ ମଙ୍ଗଳା ପୀଠର ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ପୀଠର ଉନ୍ନତିକରଣ ବିଷୟରେ ଆଲୋଚନା କରିଥିଲେ। ମନ୍ଦିର ଜଳନିଷ୍କାସନ, ପାର୍କିଂ ଯାତ୍ରୀଙ୍କ ସୁବିଧା, ପ୍ରାଚୀ ନଦୀ ଘାଟର ଉନ୍ନତିକରଣ ଆଦି ପାଇଁ ପଦକ୍ଷେପମାନ ଗ୍ରହଣ କରାଯିବ।ପୂର୍ବରୁ ଶ୍ରୀ ପାଣ୍ଡିଆନ ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରି ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ। ସେଠାରୁ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଟିଚିଙ୍ଗ୍ ନିର୍ମାଣ କାମ ବୁଲି ଦେଖିଥିଲେ ଓ ଅଗ୍ରଗତି ସମୀକ୍ଷା କରିଥିଲେ। ୨୦୨୩ ଜୁନ ସୁଦ୍ଧା ନିର୍ମାଣ କାମ ଶେଷ ହେବ।
ପରେ କୋଣାର୍କ ଯାଇ ଶ୍ରୀ ପାଣ୍ଡିଆନ୍ ଚନ୍ଦ୍ରଭାଗା ବେଳାଭୂମି ବିକାଶ କାମ, କୋଣାର୍କ ଚନ୍ଦ୍ରଭାଗା ରାଜ୍ୟ ରାଜପଥର ସମ୍ପ୍ରସାରଣ ଓ ନୂଆ ରିଂ ରୋଡ କାମ ଅନୁଧ୍ୟାନ କରିଥିଲେ।କୋଣାର୍କ ଚନ୍ଦ୍ରଭାଗା ରାଜପଥ ସମ୍ପ୍ରସାରଣ କାମ ୨୦୨୩ ଏପ୍ରିଲ ସୁଦ୍ଧା ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।ଉପକ୍ରମରେ ଏହି ପୀଠର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ଗସ୍ତ ଅବସରରେ ଶ୍ରୀ ପାଣ୍ଡିଆନ ମଙ୍ଗଳା ପୀଠର ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ପୀଠର ଉନ୍ନତିକରଣ ବିଷୟରେ ଆଲୋଚନା କରିଥିଲେ। ମନ୍ଦିର ଜଳନିଷ୍କାସନ, ପାର୍କିଂ ଯାତ୍ରୀଙ୍କ ସୁବିଧା, ପ୍ରାଚୀ ନଦୀ ଘାଟର ଉନ୍ନତିକରଣ ଆଦି ପାଇଁ ପଦକ୍ଷେପମାନ ଗ୍ରହଣ କରାଯିବ।ପୂର୍ବରୁ ଶ୍ରୀ ପାଣ୍ଡିଆନ ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରି ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ। ସେଠାରୁ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଟିଚିଙ୍ଗ୍ ନିର୍ମାଣ କାମ ବୁଲି ଦେଖିଥିଲେ ଓ ଅଗ୍ରଗତି ସମୀକ୍ଷା କରିଥିଲେ। ୨୦୨୩ ଜୁନ ସୁଦ୍ଧା ନିର୍ମାଣ କାମ ଶେଷ ହେବ।ପରେ କୋଣାର୍କ ଯାଇ ଶ୍ରୀ ପାଣ୍ଡିଆନ୍ ଚନ୍ଦ୍ରଭାଗା ବେଳାଭୂମି ବିକାଶ କାମ, କୋଣାର୍କ ଚନ୍ଦ୍ରଭାଗା ରାଜ୍ୟ ରାଜପଥର ସମ୍ପ୍ରସାରଣ ଓ ନୂଆ ରିଂ ରୋଡ କାମ ଅନୁଧ୍ୟାନ କରିଥିଲେ।କୋଣାର୍କ ଚନ୍ଦ୍ରଭାଗା ରାଜପଥ ସମ୍ପ୍ରସାରଣ କାମ ୨୦୨୩ ଏପ୍ରିଲ ସୁଦ୍ଧା ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons