ମିଶନ ଶକ୍ତିର ମା’ମାନଙ୍କ ପାଇଁ ଆଜି ଆରମ୍ଭ ହୋଇଛି ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମ

Get real time updates directly on you device, subscribe now.

ଭୁବନେଶ୍ୱର : ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପକ୍ଷରୁ ରାଜ୍ୟର ୨୬,୭୨୨ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ୧୦୦୧ କୋଟି ଟଙ୍କାର ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ଏହାଦ୍ବାରା ରାଜ୍ୟର ୨.୬୮ ଲକ୍ଷ ମା’ ଉପକୃତ ହେବେ। ଉପସ୍ଥିତ ଥିବା ୫ଟି ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦ ଲକ୍ଷ ଲେଖାଏଁ ଋଣ ପ୍ରଦାନ କରାଯାଇଥିଲା।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାସ୍ତରୀୟ ଫେଡେରେସନ ମାନଙ୍କ ପାଇଁ ଏକ କୋଟି ଏବଂ ବ୍ଲକସ୍ତରୀୟ ଫେଡେରେସନ ପାଇଁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ପ୍ରଦାନ କରାଯିବ। ମା ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି।

ମିଶନ ଶକ୍ତି କାର୍ଯ୍ୟକ୍ରମରେ ଓଡିଶା ଗ୍ରାମ୍ୟ ବ୍ୟାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ପାଇଁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମେକ୍‌-ଇନ୍‌-ଓଡିଶା କାର୍ଯ୍ୟକ୍ରମରେ ଏହା ସବୁଠାରୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପୁରସ୍କାର ପାଇଛି।ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି Multi Purpose Mobile Van-cum-ATMକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଗ୍ରାମାଞ୍ଚଳରେ ଆର୍ଥିକ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ସୁଦୃଢ କରିବା ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons