ମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ, ବନ୍ଧାହେଲେ ଦୁଇ ଠକ

Get real time updates directly on you device, subscribe now.

ଭୁବନେଶ୍ୱର: ମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ । ଦୁଇଜଣ ଠକକୁ ଗିରଫ କରିଛି କମିଶନରେଟ ପୋଲିସ । ଦୁଇ ଠକ ହେଉଛନ୍ତି କଲିକତାର ଅମିତ ବାନାର୍ଜୀ ଓ ବିହାରର ବିକାଶ କୁମାର । ମେ ୫ରେ ପଲ୍ଲବୀ ସାହା ନାମକ ଯୁବତୀଙ୍କ ଅଭିଯୋଗରେ ତଦନ୍ତ କରିଥିଲା ପୋଲିସ । ଇନଫୋସିଟି ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ସିଟ୍ ଦେବାକୁ କହି ଟଙ୍କା ଠକିଥିଲେ ।
୩୦ଲକ୍ଷ ଟଙ୍କା ଠକେଇ ନେଇ ଅଭିଯୋଗ କରିଥିଲେ ପଲ୍ଲବୀ । ଗିରଫ ପରେ ଦୁଇ ଅଭିଯୁକ୍ତଙ୍କ ପାଖରୁ ୧୧ ଲକ୍ଷ ଜବତ ହୋଇଛି । ୧୦ ବର୍ଷ ହେଲାଣି ଦୁଇ ଠକ ଲୋକଙ୍କୁ ଠକୁଥିବା ନେଇ ଜଣାପଡୁଛି । ମେଡ଼ିକାଲ ପରୀକ୍ଷାର ରେଜଲ୍ଟ ଲିଷ୍ଟ ବାହାରିବା ପରେ ପ୍ରାର୍ଥୀଙ୍କୁ ଯୋଗାଯୋଗ କରୁଥିଲେ । ପ୍ରାଙ୍କ କଲ ଆପ ଜରିଆରେ ଫୋନ କରୁଥିଲେ ଠକ ।
ପ୍ରାଙ୍କ କଲ ଆପରେ କଲ କଲେ ଟ୍ରୁ କଲରେ କୌଣସି ନାଁ ଆସୁ ନଥିଲା । ଫେକ ଅଧାର କାର୍ଡ଼ ଓ କାଗଜପତ୍ର ବ୍ୟବହାର କରି ହୋଟେଲ ଓ ଫ୍ଲାଇଟ ରେ ଆସୁଥିଲେ ଠକମାନେ । ତେବେ ଏହି ଠକମାନେ ବିଭିନ୍ନ ରାଜ୍ୟରେ ଠକିଥିବା ନେଇ ଅଭିଯୋଗ ହୋଇଛି । ରିମାଣ୍ଡରେ ଆଣି ଜେରା କରାଯିବା ପରେ ଘଟଣା ଉପରୁ ପରଦା ହଟିବ ବୋଲି ପୋଲିସ କହିଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons