ସର୍ଗିଫୁଲ ମହୋତ୍ସବର ଉଦ୍‌ଯାପନ ଦିବସ

Get real time updates directly on you device, subscribe now.

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସର୍ଗିଫୁଲ ମହୋତ୍ସବର ଉଦ୍‌ଯାପନ ଦିବସରେ ଉଦ୍‌ବୋଧନ ଦେଇ ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢିବାକୁ ପରାମର୍ଶ ଦେଇଛନ୍ତି। STSC dev dept ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପିଲା କାହା ଠାରୁ କମ୍‌ ନୁହଁ।ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ ଓ ଜୀବନରେ ପ୍ରତିଷ୍ଠା ଲାଭ କର। “ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି’ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଥିଲେ।” ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମମାନଙ୍କ କାର୍ଯ୍ୟକ୍ରମରେ ମୁଁ ପ୍ରତିବର୍ଷ ଯୋଗ ଦେଉଛି ଏବଂ ତୁମ ଖୁସିରେ ମଧ୍ୟ ସାମିଲ ହେଉଛି।ଅନୁସୂଚିତ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ତାଙ୍କ ଅଭିଭାଷଣରେ ଜନଜାତି ପିଲା ମାନଙ୍କ ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ।କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସର୍ଗିଫୁଲ ନାମକ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଏହାସହିତ ସାମଗ୍ରିକ ଶିକ୍ଷା ଉପରେ ଏକ ପୋଷ୍ଟର ବୁକ୍‌ର ଡିଜିଟାଲ ଲୋକାର୍ପଣ କରିଥିଲେ । ସାମଗ୍ରିକ ଶିକ୍ଷା ସଂପର୍କିତ ଏକ ଭିଡିଓ ଫିଲ୍ମ ମଧ୍ୟ ପ୍ରଦର୍ଶିତ ହୋଇଥିଲା। ସୂଚନାଯୋଗ୍ୟ ଯେ ସର୍ଗିଫୁଲ ମହୋତ୍ସବ ଦୀର୍ଘ ୧୨ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି । ଚଳିତ ବର୍ଷର ଉତ୍ସବରେ ୧୨୦୦ ଛାତ୍ରଛାତ୍ରୀ ଓ ୧୭୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ବିକାଶ ପରିଷଦର ଉପଦେଷ୍ଟା ଶ୍ରୀ ପ୍ରଦୀପ ମାଝୀ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଶ୍ରୀ ଆର୍‌. ବାଲକ୍ରିଷ୍ଣନ, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ। ଅନୁସୂଚିତ ଜାତି ଓ ଜନଜାତି ବିଭାଗର କମିଶନର-ତଥା-ସଚିବ ଶ୍ରୀମତୀ ରୂପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ATLCର ସଦସ୍ୟ ସଚିବ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons