୪୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

Get real time updates directly on you device, subscribe now.

ବାଲିଗୁଡା: ଜଙ୍ଗଲ ମଧ୍ୟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । କନ୍ଧମାଳ ଜିଲ୍ଲାକୁ ଗଞ୍ଜେଇର ପେଣ୍ଠସ୍ଥଳୀ କୁହାଯାଉଥିବା ବାଲିଗୁଡାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି କ୍ଷ ଲଣ୍ଡାଗାଁ ପଞ୍ଚାୟତର କମ୍ବାରକିଆ ଜଙ୍ଗଲରେ ଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖାଯାଇଥିବା ୯୦୭ କିଲୋଗ୍ରାମ ୬୦୦ ଗ୍ରାମ ଗଞ୍ଜେଇକୁ ଜବତ କରିଛି ବାଲିଗୁଡା ପୋଲିସ କ୍ଷ ବାଲିଗୁଡା ଏସଡିପିଓ ଜି. ଆର ରେଡ୍ଡୀ ଙ୍କ ନେତୃତ୍ୱ ରେ ଏକ ସ୍ୱତନ୍ତ୍ର ଟିମ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଜଙ୍ଗଲରେ ଚଢ଼ଉ କରିଥିଲେ । ଚଢଉ ବେଳେ ଏତେ ପରିମାଣର ସବୁଜ ଜହର ଜବତ ହୋଇଥିଲା । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୪୫ ଲକ୍ଷ ୩୫ ହଜାର ଟଙ୍କାରୁ ଉର୍ଦ୍ଧହେବ ବୋଲି ପୋଲିସ କହିଛି କ୍ଷ ଏନେଇ ବାଲିଗୁଡା ଥାନାରେ ଏନଡିପି ଏସ ଆକ୍ଟରେ ମାମଲା ରୁଜୁ ହୋଇଛିକ୍ଷ ମାମଲାରେ ପୋଲିସ କାହାକୁ ବି ଗିରଫ କରିନଥିବା ବେଳେ ଘଟଣାର ଅଧିକ ତଦନ୍ତ ଜାରି ରହିଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons