ଅନୁଗୁଳ ଜିଲ୍ଲାରେ ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ

Get real time updates directly on you device, subscribe now.

ଅନୁଗୁଳ, (ବି.ବି.ନୁ୍ୟଜ୍): ଅନୁଗୁଳ ଜିଲ୍ଲାରୁ ଆଉ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଛେଣ୍ଡିପଦା ବ୍ଲକର ଏକ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିରରୁ ଏହି ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଲେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ । କରେନା ପଜିଟିଭ୍ ଚିହ୍ନଟ ହୋଇଥିବା ସମସ୍ତେ ପୁରୁଷ । ଏମାନଙ୍କ ବୟସ ୨୦ରୁ ୪୪ ବର୍ଷ ଭିତରେ ହେବ । ଏହି ୬ ଆକ୍ରାନ୍ତ ସମସ୍ତେ ତାମିଲନାଡୁରୁ ଫେରି ଗତ ୭ ତାରିଖରୁ ସମସ୍ତେ କ୍ୱାରେଣ୍ଟାଇନ୍ କେନ୍ଦ୍ରରେ ଥିଲେ । ତାଙ୍କ ନମୁନା ପରୀକ୍ଷା କରିବାରୁ ସେମାନଙ୍କଠାରୁ କରୋନା ଭୂତାଣୁ ଚିହ୍ନଟ ହୋଇଛି । ଆକ୍ରାନ୍ତ ସମସ୍ତଙ୍କୁ ତାଳଚେର କୋଭିଡ଼୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ୬ପଜିଟିଭ୍ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ବୃଦ୍ଧି ପାଇଥିବା ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି । ସେହିଭଳି ଆଜି ରାଜ୍ୟରେ ଆଉ ୧୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା । ଚିହ୍ନଟ ନୂଆ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ୍ରେ ରହିଥିଲେ । ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨ ରହିଥିଲା । ଆଜି ଆକ୍ରାନ୍ତଙ୍କ ସହିତ ୭୨ ଜଣ କରୋନାରୁ ମୁକ୍ତ ମଧ୍ୟ ହୋଇଛନ୍ତି । ସୁସ୍ଥ ହୋଇଥିବା ଏହି ୭୨ ଜଣଙ୍କ ମଧ୍ୟରୁ ଗଂଜାମରୁ ସର୍ବାଧିକ ୧୭ ଜଣ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons