ଆଉ ୫୦ କରୋନା ଆକ୍ରାନ୍ତ ସୁସ୍ଥ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ରାଜ୍ୟରେ ଆଉ ୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ଭିତରେ ଗଞ୍ଜାମରୁ ୨୨, ବାଲେଶ୍ୱରରୁ ୧୫, ଭଦ୍ରକରୁ ୫, ଯାଜପୁର ଓ ବୌଦ୍ଧରୁ ୩ ଲେଖାଏଁ, ମୟୂରଭଞ୍ଜ ଓ ରାଉରକେଲାରୁ ଜଣେ ଲେଖାଏଁ ଅଛନ୍ତି । ଏମାନଙ୍କୁ ମିଶାଇ ଆଜି (ଗୁରୁବାର) ସୁଦ୍ଧା ରାଜ୍ୟରେ ୩୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । ଆଜି (ଗୁରୁବାର) ସକାଳେ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତୁ୍ୟ ଘଟିଛି । ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ ରେ ପହଞ୍ଚିଛି । ସେମାନଙ୍କ ଭିତରୁ ୭ ଜଣଙ୍କ ମୃତୁ୍ୟ ଘଟିଥିବା ବେଳେ ୩୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୭୦୩ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ରହିଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons