ଆଖି ବୁଜିଲେ କରୋନା ଆକ୍ରାନ୍ତ: ମୃତୁ୍ୟ ସଂଖ୍ୟା ୮ ଛୁଇଁଲା

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ନୁ୍ୟଜ୍): କରେନାରେ ଆକ୍ରାନ୍ତ ହୋଇଥିବା ଖୋର୍ଦ୍ଧା ଜିଲ୍ଲାର ଜଣେ ବ୍ୟକ୍ତିଙ୍କର ମୃତୁ୍ୟ ହୋଇଥିବା ଜଣାଯାଇଛି । ରାଜ୍ୟରେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ୭ ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୮ ଛୁଇଁଛି । ମୃତକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ମିଳିଛି । ସେ ପୂର୍ବରୁ ଡାଇବେଟିସ ସମେତ ବିଭିନ୍ନ ରୋଗରେ ପୀଡ଼ିତ ଥିବା ଜଣାଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons