ଆଜିଠୁ ବାହାରେ ୭ରୁ ଅଧିକ ଏକାଠି ହୋଇପାରିବେ ନାହିଁ

Get real time updates directly on you device, subscribe now.

ଭୁବନେଶ୍ୱର: ଆଜିଠାରୁ ବାହାରେ ସର୍ବସାଧାରଣ ସ୍ଥାନରେ ୭ରୁ ଅଧିକ ଏକାଠି ହୋଇପାରିବେ ନାହିଁ। କରୋନା ସତର୍କତା ସ୍ୱରୂପ ରାଜ୍ୟରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।
କରୋନା ଛଡ଼ା ଅନ୍ୟ କୌଣସି ମିଟିଂ ହୋଇପାରିବ ନାହିଁ। ସେହିପରି ଜୟନ୍ତୀ, ମାଲ୍ୟାର୍ପଣ ଆଦି ସରକାରୀ କାର୍ୟ୍ୟକ୍ରମ ବନ୍ଦ ରହିବ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଚ୍ଚ ୨୨ ଜନତା କର୍ଫ୍ୟୁ ଆହ୍ୱାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ ଜଣାଇଛନ୍ତି। ରବିବାର ଦିନ ସବୁ ଲୋକ ଘରେ ରହିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons