ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ସମସ୍ତ କର୍ମରେ ଆଗେଇବେ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ମିହିଳାମାନେ ଆଦରଣୀୟା ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ବୃଷ : ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଚତୁରତାର ସହ କାର୍ଯ୍ୟ ସମ୍ପନ୍ନ କରିବେ । ସାଂସାରିକ ସମ୍ମାନ ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ଲୋକ ସମ୍ପର୍କ ବଢ଼ିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ : ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ଚାକିରିରେ ପ୍ରଶଂସା ପାଇବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କର୍କଟ : ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ରହିବ । ସାଂସାରିକ ଆର୍ଥିକ ଚାପ ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ : ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଯେକୌଣସି ଉପାୟରେ କାର୍ଯ୍ୟକୁ ସମାପନ କରିବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା : ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ବକେୟା ଅର୍ଥ ପ୍ରାପ୍ତି ହୋଇପାରେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ତୁଳା : ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖମୟ ରହିବ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା : ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବ୍ୟୟ ବହୁଳତା କାରଣରୁ ଅର୍ଥାଭାବ ଅନୁଭବ କରିବେ । ସାଂସାରିକ ଅଶାନ୍ତି ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ଧନୁ : ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଆୟ ଭଲ ହେବ । ମାନ ସମ୍ମାନ ବୃଦ୍ଧି ପାଇବ । ମହିଳାମାନେ ଖୁସିରେ ରହିବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ମକର : ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସୁଖ ଶାନ୍ତି ଭିତରେ ଗତି କରିବେ । ସାଂସାରିକ ସହଯୋଗ ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ । କୁମ୍ଭ : ଶୁକ୍ଳପପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା ମୁତାବକ କାର୍ଯ୍ୟ କରି ସଫଳ ହେବେ । ସାଂସାରିକ ଧର୍ମ କର୍ମରେ ମନ ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ମୀନ : ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ବନ୍ଧୁବାନ୍ଧବଙ୍କ ସଂଗେ ଅଶାନ୍ତି ଉପୁଜିପାରେ । ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons