ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ : ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଦେହ ଓ ମନ ଭଲ ରହିବ । ଆଶଙ୍କା ଦୂର ହେବ । ଚାକିରିରେ ଚଳଚଞ୍ଚଳ ରହିବେ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ବୃଷ : ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଅସ୍ଥିରତା କାରଣରୁ କାର୍ଯ୍ୟ ହାନି ହେବ । ମହିଳାମାନେ ନିଜକୁ ହେୟ ମନେ କରିବେ । ରାଜନୀତିରେ ଲୋକପ୍ରିୟତା କମିପାରେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମିଥୁନ :ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଉତ୍ସାହ ବଢ଼ିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ପ୍ରଭାବଶାଳୀ ରହିବେ । ମହିଳାମାନେ ଆଦର ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କର୍କଟ : ଶୁକ୍ଳପକ୍ଷ ଦ୍ୱିତୀୟରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ଉତ୍ଥାନ ପତନ ହେଇ ଗତି କରିବେ । ସାଂସାରିକ ଦୁଶ୍ଚିନ୍ତା ରହିବ । ପ୍ରଶାସନିକ ଅଭିଯୋଗ ଆସିପାରେ । ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ :ଶ୍ରୀଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା : ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ରହିବ । ସାଂସାରିକ ଅବହେଳା କରିବେ । ଚାକିରିରେ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ତୁଳା :ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ଚାକିରିରେ ପଦୋନ୍ନତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ବିଛା :ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ଧନୁ : ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ଶୃଙ୍ଖଳିତ ମାର୍ଗରେ ରହିବେ । ରାଜନୀତିରେ ଜନସେବାରେ ବ୍ରତୀ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ମକର : ଅଷ୍ଟମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଅଭାବ ଅସୁବିଧା ରହିବ । ଚାକିରିରେ ଅସହଯୋଗ ରହିବ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ : ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ ଧନସମ୍ମାନ ମିଳିବ । ଚାକିରିରେ ସହଯୋଗ ମିଳିବ । ମହିଳାମାନେ ଆଦର୍ଶ ଜୀବନ ବିତାଇବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା । ମୀନ : ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମ ମୁତାବକ ଫଳ ପାଇବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons