ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ : ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ଦେହ ଓ ମନ ଭଲ ରହିବ । ଚାକିରିରେ ଦୂର ସ୍ଥାନକୁ ଯାଇପାରନ୍ତି । ମହିଳାମାନେ ଆଦର୍ଶ ପରାୟଣା ହେବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ବୃଷ : ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଉଦ୍ଯୋଗ କରି ସଫଳତା ପାଇବେ । ସାଂସାରିକ ଆର୍ଥିକ ଉନ୍ନତି ହେବ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ : ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ସୁଖୀ ରହିବେ । ଚାକିରିରେ ପ୍ରଶଂସିତ ହେବେ । ମହିଳାମାନେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କର୍କଟ : ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କ୍ଷେତ୍ରରେ ବିଳମ୍ବ ଦେଖାଦେବ । ସାଂସାରିକ କିଛିଟା ସମସ୍ୟା ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ :ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ନିଜର ସାମର୍ଥ୍ୟ ଅନୁସାରେ ଉନ୍ନତି କରିବେ । ସାଂସାରିକ ସହଯୋଗ ପାଇବେ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
କନ୍ୟା : ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅର୍ଥପ୍ରାପ୍ତି ଯୋଗ ରହିଛି । ସାଂସାରିକ ବ୍ୟସ୍ତତା ଭିତରେ କଟିବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ତୁଳା : ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ସୁଖଶାନ୍ତି ଅକ୍ଷୁର୍ଣ୍ଣ ରହିବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା :ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ । ସାଂସାରିକ ସମସ୍ୟା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ଧନୁ : ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଦ୍ରବ୍ୟାଦି ଲାଭ ହେବ । ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ମକର : ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଆର୍ଥିକ ପରିବର୍ତ୍ତନ ଆସିବ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କୁମ୍ଭ : ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କ୍ଷେତ୍ରରେ ସଫଳ ହେବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।ମୀନ : ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତିକୂଳତା ରହିବ । ସାଂସାରିକ ଅର୍ଥାଭାବ ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons