ମେଷ : ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ବହୁଳ ରହିବ । ସାଂସାରିକ ଅର୍ଥଚିନ୍ତା ରହିବ । ଚାକିରିରେ ଅସହଯୋଗ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ବୃଷ : ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ଅର୍ଥ ସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ମିଥୁନ :ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ପାଇବେ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ଚାକିରିରେ ନିଷ୍ଠାପର ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କର୍କଟ : ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଉନ୍ନତି କରିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ସଫଳ ହେବେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ : ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟରେ ବିଳମ୍ବ ଦେଖାଦେବ । ସାଂସାରିକ ନୈରାଶ୍ୟ ଭିତରେ କଟିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
କନ୍ୟା : ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ଚାକିରିରେ ସହଯୋଗ ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ତୁଳା : ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
ବିଛା :ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ଉଚ୍ଚ ଆଶା ପୂରଣ ହେବ । ଚାକିରିରେ ସମ୍ମାନ ବୃଦ୍ଧି ହେବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ଧନୁ : ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ବାଟରେ ଅର୍ଥ କ୍ଷୟ ହୋଇପାରେ । ସାଂସାରିକ ବ୍ୟୟ ବହୁଳ ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ମକର : ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବଡ଼ ଧରଣର ସଫଳତା ପାଇବେ । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କୁମ୍ଭ: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ପ୍ରଶାସନିକ ରାଜନୀତିରେ ପ୍ରସିଦ୍ଧି ବଢ଼ିବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ । ମୀନ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସମ୍ମାନ ପାଇବେ । ସାଂସାରିକ ସହଯୋଗ ପାଇବେ । ଚାକିରିରେ ଶୁଭଫଳ ମିଳିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।


Comments are closed, but trackbacks and pingbacks are open.