ମେଷ : ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ସାଂସାରିକ ଖର୍ଚ୍ଚାନ୍ତ ଓ ଅଭାବ ଅନୁଭବ କରିବେ । ·କିରିରେ ଅସହଯୋଗ ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ବୃଷ : ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦେହ ଓ ମନ ଭଲ ରହିବ । ସାଂସାରିକ ଭ୍ରମଣ କରିବାର ସୁଯୋଗ ଆସିବ । ·କିରିରେ ପ୍ରଶଂସିତ ହେବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
ମିଥୁନ : ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କର୍କଟ : ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରର ସହଯୋଗ ମିଳିବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ·କିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ : ଶୁକ୍ଳ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ରରେ ଅସ୍ଥିରତା କାରଣରୁ କାର୍ଯ୍ୟହାନି ହୋଇପାରେ । ସାଂସାରିକ ଅଶାନ୍ତି ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍ ।
କନ୍ୟା : ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ଭାତୃଭଗ୍ନୀଙ୍କର ସହଯୋଗ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଶୁଭଫଳ ପାଇବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।
ତୁଳା : ଶୁକ୍ଳ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଆୟ ଭଲ ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ·କିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ଦାୟିକ ରହିବ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ ।
ବିଛା : ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମକ୍ଷେତ୍ର ଉତ୍ସାହ ଜନକ ରହିବ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ରାଜନୀତିରେ ପ୍ରଶଂସା ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।
ଧନୁ : ଶୁକ୍ଳ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ମକର : ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ସବୁ କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
କୁମ୍ଭ : ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କୌଣସି ବଡ ଧରଣର କାର୍ଯ୍ୟକୁ ତୁଲାଇବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ କର୍ମତତ୍ପର ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୮, ଶୁଭରଙ୍ଗ-ନୀଳ ।
ମୀନ : ଶୁକ୍ଳ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିକାର୍ଯ୍ୟରେ ଅଗ୍ରଗତି କରିବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଧର୍ମ ପରାୟଣା ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।


Comments are closed, but trackbacks and pingbacks are open.