ମେଷ: ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କର୍ମ କରି ସଫଳତାର ଶୀର୍ଷରେ ପହଞ୍ଚିବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ବୃଷ: ଶୁକ୍ଳପକ୍ଷ ପଞ୍ଚମରେ ଘାତଚନ୍ଦ୍ର କାରଣରୁ କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ସନ୍ତାନ ସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ରହିବ । ସାଂସାରିକ ଭୁଲ୍ ବୁଝାମଣା ମହିଳାମାନେ ହତୋତ୍ସାହ ରହିବେ । ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କର୍କଟ: ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ଧନ ସମ୍ମାନ ପାଇବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ:ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସହଯୋଗ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ପାଇବେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କନ୍ୟା: ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ତୁଳା: ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଆବଦ୍ଧଯୋଗ ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା:ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟରେ ସଫଳ ହେବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ଧନୁ: ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ପଡ଼ୋଶୀଙ୍କ ସହଯୋଗ ମିଳିବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଧର୍ମାଦି କାର୍ଯ୍ୟରେ ମନ ରହିବ । ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କୁମ୍ଭ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ । ସାଂସାରିକ ଅଶାନ୍ତି ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ । ମୀନ: ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
Comments are closed, but trackbacks and pingbacks are open.