ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ:ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ଉପାରେ ଅର୍ଥାଗାମ ହୋଇପାରେ । ଉଭୟେ ପ୍ରେମ ଓ ସାଂସାରିକ ସୁଖଦପୂର୍ଣ୍ଣ ରହିବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ବୃଷ: ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଉନ୍ନତି କରିବେ । ଚାକିରିରେ ସହଯୋଗ ମିଳିବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ମିଥୁନ: ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା ମୁତାବକ କାର୍ଯ୍ୟ କରି ସଫଳ ହେବେ । ସାଂସାରିକ ସମ୍ମାନ ପାଇବେ । ଚାକିରିରେ ସକର୍ମୀଙ୍କ ସହଯୋଗ ମିଳିବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କର୍କଟ: ଶୁକ୍ଳପକ୍ଷ ଚତୁର୍ଥରେ ଗତିଶୀଳ ହେତୁ ଅସ୍ଥିରତା କାରଣରୁ କାର୍ଯ୍ୟ ତ୍ରୁଟି କରିପାରନ୍ତି । ସାଂସାରିକ ଭୁଲ୍ ବୁଝାମଣା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ:ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ନିଜର ସାମର୍ଥ ଅନୁଯାୟୀ ଉନ୍ନତି କରିବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
କନ୍ୟା: ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପରିଶ୍ରମର ଫଳ ମିଳିବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ତୁଳା: ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ଚାକିରିରେ ଦାୟିତ୍ୱ ସୁଚାରୁ ରୂପେ ତୁଲାଇବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା:ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ମନ୍ଥରତା ରହିବ । ସାଂସାରିକ ଅସହଯୋଗ ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ଧନ: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଭବିଷ୍ୟତ ଯୋଜନା କରି ସଫଳ ହେବେ । ସାଂସାରିକ ହର୍ଷୋଲ୍ଲାସରେ କଟିବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ମକର: ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
କୁମ୍ଭ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।ମୀନ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କର୍ମ ଅଳ୍ପକେ ଅଟକି ଯାଇପାରେ । ସାଂସାରିକ ଦୁଶ୍ଚିନ୍ତା ରହିବ । ଚାକିରିରେ ଅସହଯୋଗ ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons