ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସୁଫଳ ପାଇବେ । ସାଂସାରିକ ସହଯୋଗ ପାଇବେ । ମହିଳାମାନେ ଆଦର୍ଶ ଜୀବନ ବିତାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ବୃଷ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ଦେଖାଦେବ । ସାଂସାରିକ ଅର୍ତାଭାବ ଓ ଋଣ ପ୍ରଭାବିତ ହୋଇପାରନ୍ତି । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବିଭିନ୍ନ ବାଟରେ ଅର୍ଥାଗାମ ହେବ । ସାଂସାରିକ ହର୍ଷୋଲ୍ଲାସରେ କଟିବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
କର୍କଟ: ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ସିଂହ:ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା: ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅସ୍ଥିରତା ରହିବେ । ସାଂସାରିକ ପଡ଼ୋଶୀଙ୍କ ସହ ମନାନ୍ତର ଦେଖାଦେବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ତୁଳା: ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କିଛିଟା ଉତ୍ତେଜନା ଭିତରେ କର୍ମ ସମ୍ପାଦନ କରିବେ । ସାଂସାରିକ ବ୍ୟସ୍ତତା ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ବିଛା:ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କର୍ମ ସମାପନ ହେବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ଧନୁ: ଶ୍ରୀଚନ୍ଦ୍ର କାରଣରୁ ପୂର୍ବରୁ କରିଥିବା ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର: ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ: ଏକାଦଶରେ ଘାତଚନ୍ଦ୍ର କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଚଳଚଞ୍ଚଳ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।ମୀନ: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons