ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ଷÂ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମ୍ମାନ ପାଇବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
ବୃଷ: କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଝମେଲା ଭିତରେ କଟିବ । ସାଂସାରିକ ଅସହଯୋଗ ରହିବ । ରାଜନୀତିରେ ସମସ୍ୟା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭଅଙ୍କ-୬, ଶୁଭରଙ୍ଗ-ଧଳା ।
ମିଥୁନ: କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସହଯୋଗ ପାଇ ଆଗେଇବେ । ସାଂସାରିକ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ । ମହିଳାମାନେ ଖୁସିରେ ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କର୍କଟ: ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଗୁରୁତ୍ୱ କାର୍ଯ୍ୟରେ ହାତ ଦେଇ ସଫଳ ହେବେ । ସାଂସାରିକ ସୁଖ ସମ୍ମାନ ପାଇବେ । ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ସିଂହ: କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଆର୍ଥିକ କାରବାରକୁ ନେଇ ବିବାଦ ଉପୁଜିପାରେ । ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯ ଶୁଭ ରଙ୍ଗ-ମେରୁନ୍ ।
କନ୍ୟା: ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଯଶକୀର୍ତ୍ତି ପାଇବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ତୁଳା: କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଚଳଚଞ୍ଚଳ ରହିବେ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା:ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ରକ୍ଷଣଶୀଳ ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ମକର: କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା ସତ୍ତେ୍ୱ ବି ସାଧାରଣ ଫଳ ପାଇବେ । ସାଂସାରିକ ଉଦାରମନା ରହିବେ । ଚାକିରିରେ ଅବହେଳା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କୁମ୍ଭ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତାରଣା ପାଇ ପାରନ୍ତି । ସାଂସାରିକ ଅଭାବ ରହିବ । ରାଜନୀତିରେ ଅନିଶ୍ଚିତତା ଭିତରେ ଗତି କରିବେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-କଳା ।ମୀନ : ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହେବ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ- ଧଳା ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons