ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ : ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ଆଶା ପୂରଣ ହେବ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ବୃଷ : ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ : ଚନ୍ଦ୍ରଙ୍କ ସ୍ୱଗମନ ହେତୁ କର୍ମ କ୍ଷେତ୍ରରେ ସୁନାମ ପାଇବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କର୍କଟ : ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟରେ ବିଳମ୍ବ ଦେଖାଦେବ । ସାଂସାରିକ ବ୍ୟୟ ବହୁଳତା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ :ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ଦିନରୁ ଥିବା କାର୍ଯ୍ୟ ସମ୍ପନ୍ନ ହେବ । ସାଂସାରିକ ଧନ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
କନ୍ୟା : ଦଶମରେ ଘାତଚନ୍ଦ୍ର କାରଣରୁ କିଛିଟା ସମସ୍ୟା ଭିତରେ ଉନ୍ନତି କରିବେ । ସାଂସାରିକ ବିଚଳିତ ରହିବେ । ଚାକିରିରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ତୁଳା : ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଭାବରେ କର୍ମ କରି ସଫଳ ହେବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ମନ ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ବିଛା : ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅଶାନ୍ତି ରହିବ । ସାଂସାରିକ କଳହ ଓ ଅଶାନ୍ତି ରହିବ । ରାଜନୀତିରେ ବିଷମ ସ୍ଥିତି ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ଧନୁ : ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖସନ୍ତୋଷ ପ୍ରାପ୍ତି ହେବ । ପରିବହନ, ବାଣିଜ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ମକର : ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ଆର୍ଥିକ ପରିବର୍ତ୍ତନ ଆସିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
କୁମ୍ଭ : ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ସୁଖ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର । ମୀନ : ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ମନେ ହେବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons