ଆଜି ଗୋପବନ୍ଧୁଙ୍କ ଜୟନ୍ତୀ

Get real time updates directly on you device, subscribe now.

ଭୁବନେଶ୍ୱର: ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ। ଏହି ଅବସରରେ ତାଙ୍କ ଜନ୍ମପୀଠ ପୁରୀ ଜିଲ୍ଲା ସୁଆଣ୍ଡୋରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମ ଆୟୋଜନ କରାଯାଇଛି। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ କରାଯାଇଥିଲା। ସିନେ ତାରକା ସବ୍ୟସାଚୀ ମିଶ୍ର ସୁଆଣ୍ଡୋ ଯାଇ ଗୋପବନ୍ଧୁଙ୍କ ସ୍ମୃତି ଚାରଣ କରିଛନ୍ତି।
ଏପଟେ ଭୁବନେଶ୍ୱରରେ ମଧ୍ୟ ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଛି। କଂଗ୍ରେସ ଭବନ ଓ ଗୋପବନ୍ଧୁ ଛକଠାରେ ଜୟନ୍ତୀ ପାଳିତ ହୋଇଛି। କଂଗ୍ରେସ ଭବନରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସମେତ କଂଗ୍ରେସ ନେତାମାନେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons