ଋଷ ଉର୍ଜ୍ଜା ମନ୍ତ୍ରୀ-କେନ୍ଦ୍ରମନ୍ତ୍ରୀଙ୍କ ଭିଡିଓ କନ୍ଫରେନ୍ସିଂ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଋଷର ଉର୍ଜ୍ଜା ମନ୍ତ୍ରୀ ଆଲେକଜାଣ୍ଡର ନୋଭାକଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି ।ଏହି ଅବସରରେ ଉଭୟ ମନ୍ତ୍ରୀ କରୋନା ମହାମାରୀ କାରଣରୁ ବିଶ୍ୱ ଉର୍ଜ୍ଜା ବିଶେଷ ଭାବରେ ତୈଳ ଏବଂ ଗ୍ୟାସ ଉପରେ ପଡ଼ିଥିବା ପ୍ରଭାବ ଉପରେ ଆଲୋଚନା କରିଥିବା ଜଣାପଡ଼ିଛି ।ଏହି ଆଲୋଚନା କାଳରେ ଦୁଇ ମନ୍ତ୍ରୀ ଭାରତ ଓ ଋଷ ମଧ୍ୟରେ ଦ୍ୱିପାକ୍ଷିକ ଉର୍ଜ୍ଜା ସହଯୋଗର ସମୀକ୍ଷା କରିଥିଲେ ଏବଂ ହାଇଡ୍ରୋକାର୍ବନ କ୍ଷେତ୍ରକୁ ମଜବୁତ୍ କରିବା ସହ ଅଶୋଧିତ ତୈଳ, ପ୍ରାକୃତିକ ଗ୍ୟାସ ଏବଂ ଦ୍ୱିପାକ୍ଷିକ ପୁଞ୍ଜିନିବେଶ କରିବା ଉପରେ ଆଲୋଚନା କରିଥିଲେ ।ଋଷରୁ ଭାରତକୁ କୋକିଂ କୋଲ୍ ଆମଦାନୀକୁ ବଢ଼ାଇବା ଦିଗରେ ଉଭୟ ଆଲୋଚନା କରିଥିଲେ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି । ଉଲ୍ଲେଖଯୋଗ୍ୟ, ଗତ ଏପ୍ରିଲ ମାସରେ ରୋଜନେଫ୍ଟ ଏବଂ ଆଇଓସିଏଲ୍ ଚୁକ୍ତି ଅନୁଯାୟୀ ପ୍ରଥମଥର ଋଷରୁ ପାରାଦୀପ ବନ୍ଦରରେ ଅଶୋଧିତ ତୈଳ ପହଞ୍ଚିଥିଲା ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons