ଏସସିବିରେ ଭର୍ତ୍ତି ୨ କରୋନା ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ୍, ଇଟାଲିରୁ ଫେରିଥିଲେ

Get real time updates directly on you device, subscribe now.

କଟକ: କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଥିବା କରୋନା ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ୍ ଆସିଛି। ୨ଜଣ ସନ୍ଦିଗ୍ଧ ଗତ କିଛି ଦିନ ତଳେ ଇଟାଲିରୁ ଓଡିଶା ଫେରିଥିଲେ।
ସୂଚନାନୁସାରେ, କଟକ ଏସସିବିରେ ୨ଜଣ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିଲେ। ସେମାନଙ୍କ ରକ୍ତ ଓ ସ୍ଲାବ୍ ପରୀକ୍ଷା ପାଇଁ ପଠାଯାଇଥିଲା। ତେବେ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି। ତେବେ ସେମାନେ ୧୮ ତାରିଖ ଯାଏଁ ନୀରିକ୍ଷଣରେ ରହିବେ। ଏନେଇ ମେଡିକାଲର ଜରୁରୀକାଳିନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି।
କରୋନାକୁ ନେଇ ସାରା ବିଶ୍ୱରେ ଭୟ ଖେଳିଯାଇଛି। ଏହି ମାରାତ୍ମକ ଭାଇରସ ୫ହଜାରରୁ ଅଧିକ ଲୋକଙ୍କ ଜୀବନ ନେଲାଣି। ଏବେବି ଏକ ଲକ୍ଷରୁ ଅଧିକ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି। ଭାରତରେ ମଧ୍ୟ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ମଧ୍ୟ ମାର୍ଚ୍ଚ ୩୧ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ,ଜିମ୍, ଅଙ୍ଗନବାଡିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଗତକାଲି ପୁରୀରେ ଜଣେ ସନ୍ଦିଗ୍ଧ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁରୀରୁ ଚିଲିକା, କୋଣାର୍କ ଓ ସାତପଡା ଯିବାକୁ ପର୍ୟ୍ୟଟକଙ୍କୁ ବାରଣ କରାଯାଇଥିଲା। ତେବେ ରବିବାର ପୁରୀରେ ଟାଉନ ବସ ଚଳାଚଳ ବନ୍ଦ କରାଯାଇଛି। ପେଣ୍ଠକଟାରୁ ବଳିଆପଣ୍ଡା ଯାଏଁ ବସ ଚଳାଚଳ ବନ୍ଦ ହୋଇଛି। ଭିଡ ରୋକିବାକୁ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି। ସେହିପରି ନନ୍ଦନକାନନ, ଖଣ୍ଡଗିରି, ଉଦୟଗିରି ଆଦି ପର୍ୟ୍ୟଟନସ୍ଥଳୀକୁ ବନ୍ଦ ରଖାଯିବା ସହ ବିଶ୍ୱ ପ୍ରସିଦ୍ଧ ସୂର୍ୟ୍ୟ ମନ୍ଦିରରେ ତାଲା ପକାଯାଇଛି। ଏପରିକି ଗଞ୍ଜାମ ପ୍ରଶାସନ ଜିଲ୍ଲାରେ ୧୪୪ ଧାରା ଜାରି କରିଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons