ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଲେ ଜଷ୍ଟିସ ଏସ୍. ମୁରଲୀଧର

Get real time updates directly on you device, subscribe now.

କଟକ : ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଲେ ଜଷ୍ଟିସ୍‌ ଏସ୍‌. ମୁରଲୀଧର । ପଞ୍ଜାବ-ହରିୟାଣା ହାଇକୋର୍ଟର ବରିଷ୍ଠ ବିଚାରପତି ଥିଲେ ଜଷ୍ଟିସ୍‌ ଏସ୍‌. ମୁରଲୀଧର । ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଜଷ୍ଟିସ୍‌ ମୁରଲୀଧର ମାଡ୍ରାସ ବିଶ୍ବବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଓ ନାଗପୁର ବିଶ୍ବବିଦ୍ୟାଳୟରୁ ଏଲ୍‌ଏଲ୍‌ଏମ୍‌ ଡିଗ୍ରୀ ପରେ ସେ ଦିଲ୍ଲୀ ବିଶ୍ବବିଦ୍ୟାଳୟରୁ ପିଏଚ୍‌ଡି କରିଥିଲେ । ପ୍ରଥମେ ସେ ଚେନ୍ନାଇରେ ଆଇନଜୀବୀ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ। ଜଷ୍ଟିସ୍‌ ମୁରଲୀଧର ପ୍ରଥମେ ଦିଲ୍ଲୀ ହାଇକୋର୍ଟର ବିଚାରପତି ଭାବେ ୨୦୦୬ ମସିହା ମେ’ରେ ନିଯୁକ୍ତି ପାଇଥିଲେ। ଗତ ମାର୍ଚ୍ଚ ୨୦ରେ ପଞ୍ଜାବ-ହରିୟାଣା ହାଇକୋର୍ଟକୁ ତାଙ୍କର ବଦଳି ହୋଇଥିଲା।
ନିକଟରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିଙ୍କ ବଦଳି ନେଇ ସୁପ୍ରିମ୍‌କୋର୍ଟ କଲେଜିୟମ୍‌ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । କଲେଜିୟମ୍‌ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏହାକୁ ଅନୁମୋଦନ ଲାଗି କେନ୍ଦ୍ର ମନ୍ତ୍ରାଳୟକୁ ପଠାଯାଇଥିଲା । କେନ୍ଦ୍ର ଆଇନ ମନ୍ତ୍ରାଳୟର ସ୍ବୀକୃତି ଓ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons