ଓଡ଼ିଶାରେ ପହଞ୍ଚିଲେ ୨ କେନ୍ଦ୍ର ମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ୱର : ଓଡ଼ିଶାରେ ଆସି ପହଞ୍ଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଭୁବନେଶ୍ୱର ଏୟାରପୋର୍ଟରେ ଦିନ ୯ଟା ସମୟରେ ଆସି ଦୁଇ ମନ୍ତ୍ରୀ ପହଞ୍ଚିଛନ୍ତି। ଏହି ସମୟରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସହିତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ତାଙ୍କୁ ସ୍ୱାଗତ କରିଛନ୍ତି। ପୁଷ୍ପ ଗୁଚ୍ଛ ଓ ଉତ୍ତରୀ ଦେଇ ସ୍ୱାଗତ କରାଯିବା ସହିତ ଓଡିଶା ମଲ୍ଲ ଯୁଦ୍ଧ କଳା ପ୍ରଦର୍ଶନ କରାଯାଇଛି। ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ ପରେ ଏହା ଶିକ୍ଷାମନ୍ତ୍ରୀଙ୍କ ପ୍ରଥମ ଓଡ଼ିଶା ଗସ୍ତ।
ବିଜେପିର ଜନ ଆଶୀର୍ବାଦ ଯାତ୍ରା ଆରମ୍ଭ ହେବାକୁ ଥିବା ବେଳେ ପୂର୍ବାହ୍ଣ ୯ଟା ୩୦ରେ ରାଜ୍ୟ ସଂଗ୍ରହାଳୟ ଛକ, ୧୦ଟାରେ ସାମନ୍ତରାପୁର ଛକ, ୧୦ଟା ୩୦ରେ ଲିଙ୍ଗିପୁର ଛକରେ ଦୁଇ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କରାଯାଇଛି । ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଭୁବନେଶ୍ୱରରୁ ପୁରୀ ମଧ୍ୟରେ ବିଭିନ୍ନ ସ୍ଥାନରେ ସମ୍ବର୍ଦ୍ଧନା ଦିଆଯିବ। ଦୁଇ ମନ୍ତ୍ରୀ ଏହି ଗସ୍ତ ସମୟରେ ବକୁଳ ବନ ପରିଦର୍ଶନରେ ଯିବାର କାର୍ୟ୍ୟକ୍ରମ ରହିଛି। ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଭୁବନେଶ୍ବରରୁ ପୁରୀ ମଧ୍ୟରେ ବିଭିନ୍ନ ସ୍ଥାନରେ ସମ୍ବର୍ଦ୍ଧନା ଦିଆଯିବ। ଦୁଇ ମନ୍ତ୍ରୀ ଏହି ଗସ୍ତ ସମୟରେ ବକୁଳ ବନ ପରିଦର୍ଶନ‌େର ଯିବାର କାର୍ୟ୍ୟକ୍ରମ ରହିଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons