କରୋନାରେ ସାମ୍ବାଦିକଙ୍କ ମୃତୁ୍ୟ ହେଲେ ମିଳିବ ୧୫ ଲକ୍ଷ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): କରୋନାରେ କାର୍ଯ୍ୟରତ ସାମ୍ବାଦିକଙ୍କ ମୃତୁ୍ୟ ହେଲେ ମିଳିବ ୧୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।
କରୋନା ଯୋଗୁ ସାରା ବିଶ୍ୱରେ ଏକ ବିରାଟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇଛି । ଏହି ପରିପ୍ରେକ୍ଷୀରେ କରୋନା ଭାଇରସ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଏଭଳି କଠିନ ପରିସ୍ଥିତିରେ ମଧ୍ୟ ସାମ୍ବାଦିକମାନେ ନିÂାର ସହିତ ସେମାନଙ୍କ ଦାୟିତ୍ୱ ନିର୍ବାହ କରି ଚାଲିଛନ୍ତି । ତେଣୁ କାର୍ଯ୍ୟରତ ସାମ୍ବାଦିକମାନେ ଯଦି କରୋନାରେ ଆକ୍ରାନ୍ତ ହୋଇ ମୃତୁ୍ୟବରଣ କରନ୍ତି, ତେବେ ସେ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପୂର୍ବରୁ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ସହାୟତା ରାଶି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।
ଏ ନେଇ ସରକାରଙ୍କ ମିଡିଆ ଆଡ୍ଭାଇଜର ମାନସ ମଙ୍ଗରାଜ କହିଛନ୍ତି, କରୋନା ଆଜି ସମଗ୍ର ବିଶ୍ୱରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି । ଏହି ଯୁଦ୍ଧରେ ପୁଲିସ୍ ଡାକ୍ତରଙ୍କଠୁ ଆରମ୍ଭ କରି ଆମର ସାମ୍ବାଦିକ ଭାଇମାନେ ମଧ୍ୟ ନିଜ ଜୀବନକୁ ବାଜି ଲଗାଇ କାର୍ଯ୍ୟ କ୍ଷେତ୍ରରେ ସାମିଲ ହୋଇଛନ୍ତି । ଆଜି ଆମର ମୁଖ୍ୟମନ୍ତ୍ରୀ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ସେଥିପାଇଁ ମୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରୁଛି ଏବଂ ଆଶା କରୁଛି ଏହା ଦ୍ୱାରା ସାମ୍ବାଦିକମାନେ ଉପକୃତ ହେବେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons