କରୋନା ନେଲା ଆଉ ଜଣେ ଯୋଦ୍ଧାଙ୍କ ଜୀବନ

Get real time updates directly on you device, subscribe now.

ଲକ୍ଷ୍ମୀପୁର : କୋରାପୁଟ ଟାଉନ ଥାନାରେ କାର୍ୟ୍ୟରତ ଆଇଆଇସି ପୀତବାସ ଧାରୁଆଙ୍କର ଆଜି ସକାଳେ ମୃତ୍ୟୁ ହୋଇଯାଇଛି । ଗତ ୨୦ ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହେବା ପରେ କୋରାପୁଟରେ ଚିକିତ୍ସାଧିନ ଥିଲେ ।
କିଛି ଦିନ ତଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିଲା । କିନ୍ତୁ ଚାରି ଦିନ ତଳେ ସେ ପୁଣି ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି ।
ପୋଲିସ ବିଭାଗର ଜଣେ ବରିଷ୍ଠ କରୋନା ଯୋଦ୍ଧାଙ୍କୁ ହରାଇବା ପରେ କୋରାପୁଟ ଜିଲ୍ଲା ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି । ଆଇଆଇସି ପୀତବାସ ଧାରୁଆଙ୍କ ଗାଁ ନବରଙ୍ଗପୁର ଜିଲ୍ଲା କୋଡିଙ୍ଗା ନିକଟସ୍ଥ ଶଙ୍କରଡାରେ ବୋଲି ଜଣାପଡିଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons