କରୋନା ମୁକାବିଲା ପାଇଁ ସମସ୍ତେ ଏକଜୁଟ୍

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ମହାମାରୀ କରୋନାର ମୁକାବିଲା କରିବାକୁ ଆସନ୍ତା ୨୪ରୁ ସାରା ରାଜ୍ୟରେ ସର୍ଭେ ହେବ । ଘରକୁ ଘର ବୁଲି ଆଶା କର୍ମୀ ଓ ଏଏନଏମ୍ମାନେ ସର୍ଭେ ଆରମ୍ଭ କରିବେ । ୩ ମାସ ଯାଏ ଏ ସର୍ଭେ ଜାରି ରହିବ ।
କରୋନା ମୁକାବିଲା ନେଇ ଆଜି ବସିଥିବା ସର୍ବଦଳୀୟ ବୈଠକରେ ଏ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଛଡ଼ା କରୋନାରେ ମୃତକଙ୍କ ଆତ୍ମୀୟଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯିବ । ବାପ-ମାଆଙ୍କୁ ହରାଇଥିବା ପିଲାଙ୍କୁ ସରକାର ମାଗଣା ଶିକ୍ଷା ଯୋଗାଇଦେବେ । ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ଯାଏ ମାସ୍କ କିଣିବାରେ ଖର୍ଚ୍ଚ କରିହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି । ଶାସକ ଓ ବିରୋଧୀ ଦଳର ବିଧାୟକମାନଙ୍କର ପ୍ରସ୍ତାବ ଓ ମତ ଶୁଣି ଲଢେ଼ଇକୁ ଅଧିକ ମଜବୁତ କରିବାକୁ ଆଜି ବାଚସ୍ପତି ଡାକିଥିଲେ ସର୍ବଦଳୀୟ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ କହିଲେ, ସାରା ରାଜ୍ୟରେ ଆଶା ଓ ଏଏନଏମ୍ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ । ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତିଗୁଡ଼ିକୁ କରୋନା ନିୟନ୍ତ୍ରଣ ଅଭିଯାନରେ ସାମିଲ କରାଯିବ । ଏଥିପାଇଁ ରାଜ୍ୟର ୪୬, ୧୦୬ ଗାଁ କଲ୍ୟାଣ ସମିତିକୁ ୧୦ ହଜାର ଟଙ୍କା ସହାୟତା ଦିଆଯିବ । ଗୃହ ସଂଗରୋଧ ତଦାରଖ ଦାୟିତ୍ୱରେ ଥିବା ଆଶାକର୍ମୀମାନଙ୍କୁ ମଧ୍ୟ ସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ, ଲକ୍ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦେଖି ଗାଁରେ ଟିଏମସି (ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର) ଖୋଲିବା ବିଷୟ ନେଇ ସରପଞ୍ଚମାନେ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଗତବର୍ଷ ତୁଳନାରେ ଏ ବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍ ଥିଲେ ମଧ୍ୟ ସରକାର ଜୋନାଲ ଟିଏମସି ଆରମ୍ଭ କରି ସାରିଛନ୍ତି । କୋଭିଡ୍ ମୃତକଙ୍କ ପରିବାରର ବିଧବା ଓ ବାପା ମା’ଙ୍କୁ ହରାଇ ଥିବା ପିଲାମାନଙ୍କୁ ମଧୁବାବୁ ପେନ୍ସନ୍ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ । ଏହା ସହିତ ପିଲାମାନଙ୍କୁ ମାଗଣା ଶିକ୍ଷାଦାନର ବ୍ୟବସ୍ଥା କରାଯିବ ବାଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଲେ, ଆମେ ବର୍ତ୍ତମାନ କୋଭିଡର ଦ୍ୱିତୀୟ ଲହର ମଧ୍ୟରେ ଅଛୁ । ଆଗକୁ ଆମକୁ କେତେ ଲହରର ମୁକାବିଲା କରିବାକୁ ହେବ, ତାହା କାହାକୁ ଜଣାନାହିଁ । ଦ୍ୱିତୀୟ ଲହରର ପ୍ରଭାବ ହ୍ରାସ କରିବା ପାଇଁ ଆମେ ଲକ୍ଡାଉନ କରିଛୁ । କିନ୍ତୁ କେବଳ ଲକ୍ଡାଉନ ଏହାର ସମାଧାନ ନୁହେଁ । କାରଣ ଏହାଦ୍ୱାରା ବହୁ ଲୋକଙ୍କ ଜୀବିକା ଗଭୀର ଭାବରେ ପ୍ରଭାବିତ ହେଉଛି । ଏହା ଏକ ଲମ୍ବା ଲଢେଇ । ତେଣୁ ଲୋକଙ୍କୁ ସଚେତନ କରିବାକୁ ହେବ । ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାରେ ନ ବୁଲିବା ଏବଂ ଗହଳିକୁ ନ ଯିବା ଆଦି ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ସେ ଅନୁରୋଧ କରିଥିଲେ । ଭୂତାଣୁକୁ ରୋକିବାରେ ଏହା ଆମର ମୁଖ୍ୟ ଅସ୍ତ୍ର । ଏହି ସଚେତନତାର ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକ ମାନଙ୍କୁ ପରାମର୍ଶ ଦେଇଛନ୍ତି । ମିଶନ ଶକ୍ତି ଗ୍ରୁପ ଠାରୁ କିଣି ଗରିବ ଲୋକଙ୍କୁ ମାସ୍କ ବାଣ୍ଟିବା ପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଅତୀତରେ ଓଡିଶା ବହୁ ଆହ୍ୱାନକୁ ଦୃଢତାର ସହ ମୁକାବିଲା କରିଛି । ସମସ୍ତଙ୍କ ସହଯୋଗରେ କୋଭିଡ ଲଢେଇରେ ମଧ୍ୟ ଓଡିଶା ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଦମ୍ଭ ବାଢ଼ିଛନ୍ତି ।
ନବୀନ କହିଲେ, ଗତ ଏକ ମାସରୁ ଉଧ୍ୱର୍ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି । ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମାଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ । ଆମ ପ୍ରଶାସନ ଓ ସ୍ୱାସ୍ଥ୍ୟକର୍ମୀମାନେ ଯେପରି ଦିନରାତି କାମ କରିଚାଲିଛନ୍ତି । ସେମାନେ ପ୍ରଶଂସାର ହକ୍ଦାର ।
ଦେଶର ଅନ୍ୟ ଭାଗର ଘଟଣା ଉପରେ ଓଡ଼ିଶା ତୀକ୍ଷ୍ଣ ନଜର ରଖିବା ସହ ସେମାନଙ୍କ ଅଭିଜ୍ଞତା ଭିତ୍ତିରେ ଆଗୁଆ ପଦକ୍ଷେପ ନେଉଛି । ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ଆଇସିୟୁ-ଏଚଡିୟୁ ଶଯ୍ୟାରେ ବୃଦ୍ଧି କରାଯାଇଛି । ପ୍ରତି ଜିଲ୍ଲାରେ ଅrିଜେନ ସଂଯୁକ୍ତ ଶଯ୍ୟାର ବ୍ୟବସ୍ଥା ମଧ୍ୟ କରାଯାଇଛି । ତ୍ରୁଟିଶୂନ୍ୟ ଅrିଜେନ ଯୋଗାଣ ପାଇଁ ଅଧିକ ଅrିଜେନ ସିଲିଣ୍ଡର, ରିଫିଲିଂ ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି । ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅrିଜେନ ପ୍ଲାଣ୍ଟ ପ୍ରତିÂା ସହ ଅrିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି । ଜରୁରୀ ଔଷଧ ଓ ଅrିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ଆମେ ସ୍ୱତନ୍ତ୍ର ଦୃଷ୍ଟି ରଖିଛୁ । ନିଜ ରାଜ୍ୟର ଚାହିଦା ପୂରଣ ସହିତ ଆଜି ଓଡିଶା ଅନ୍ୟ ରାଜ୍ୟକୁ ମଧ୍ୟ ଅrିଜେନ ଯୋଗାଇ ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି । ଏହା ଓଡିଶା ପାଇଁ ନିଶ୍ଚିତ ଗୌରବର କଥା । ରାଜ୍ୟରେ ଅrିଜେନ ପରିଚାଳନା ବ୍ୟବସ୍ଥା ସୁଦୃଢ କରିବା ଏବଂ ଏଥିପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ଏକ ଟାସ୍କଫୋର୍ସ ଗଠନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ସର୍ବଦଳୀୟ ବୈଠକକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ, କରୋନା ଲଢେଇରେ ସ୍ୱାସ୍ଥ୍ୟ କର୍ମୀ ଓ ଡାକ୍ତରମାନଙ୍କର ସବୁଠାରୁ ଗୁରୁ ଦାୟିତ୍ୱ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଛି । ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି । ଏହାସହ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ଓଡିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଆଉଛି । ଘରୋଇ ଡାକ୍ତରଖାନାଗୁଡ଼ିକୁ ସାଥିରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି । ଏହାଦ୍ୱାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡିଶାର ମୃତୁ୍ୟ ହାର ସେଥିପାଇଁ କମ୍ ରହିଛି ।
ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ । ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ । କରୋନା ବିରୋଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ । ଆମର ଲୋକମାନେ ଯେପରି ଶୀଘ୍ର ଟିକା ପାଇପାରିବେ, ସେଥିପାଇଁ ଆମେ ବିଶ୍ୱ ବଜାରରୁ ଟିକା କିଣିବା ପ୍ରକ୍ରିୟା ଆରମ୍ଭ କରିଛୁ । କରୋନା ବିରୋଧରେ ଏହି ଲଢେଇରେ ଆମକୁ ମାର୍ଗ ଦେଖାଇବା ପାଇଁ ଏକ ଉଚ୍ଚସ୍ତରୀୟ ବୈଷୟିକ କମିଟି ଗଠନ କରାଯାଇଛି । କୋଭିଡ ପରିଚାଳନାରେ ଗୋÂୀକୁ ମୁଖ୍ୟ ସ୍ତମ୍ଭ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଲେ ଆରମ୍ଭରୁ ହିଁ ଗ୍ରାମ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି । ଲୋକଙ୍କୁ ସେବା ଯୋଗାଇବା ପାଇଁ ଏଏନଏମ୍, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋÂୀ ଆଦି ସମସ୍ତଙ୍କୁ ସାଥିରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି । ବିଧାୟକମାନେ ଅନେକ ଲୋକଙ୍କ ସହ ପ୍ରତିଦିନ ମିଶୁଛନ୍ତି, ତେଣୁ ନିଜର ଓ ନିଜ ପରିବାରର ଯନô ନେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଥିଲେ ।
ପ୍ରତ୍ୟେକ ଜୀବନ ମୂଲ୍ୟବାନ । ଏହି ନୀତିରେ ହିଁ ଆମେ କାମ କରିଚାଲିଛୁ । ଲୋକଙ୍କ ଜୀବନ ରକ୍ଷା ପାଇଁ ସରକାର ତାଙ୍କର ସମସ୍ତ ଉଦ୍ୟମ ଜାରି ରଖିବେ ବାଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି ଅବସରରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କୋଭିଡ୍ ସଂକ୍ରମଣ ରୋକିବା ଦିଗରେ କାମ କରିବା ପାଇଁ ବିଧାୟକ ମାନଙ୍କୁ ଶପଥ ପାଠ କରାଇଥିଲେ । ବିଧାନସଭା ସମ୍ମିଳନୀ କକ୍ଷରେ ଅନୁÂିତ ଏ ସର୍ବଦଳୀୟ ବୈଠକରେ କଂଗ୍ରେସ ଦଳର ନେତା ନରସିଂହ ମିଶ୍ର, ବିଜେପି ଦଳର ଉପନେତା ବିଷ୍ଣୁଚରଣ ସେଠୀ ପ୍ରମୁଖ ନିଜ ମତ ରଖିଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons