ଭୁବନେଶ୍ୱର,(ବି.ବି.ବୁ୍ୟରୋ): କଳାହାଣ୍ଡିର କର୍ଲାପାଟରେ ହାତୀ ମୃତୁ୍ୟକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ବେଗ ପ୍ରକାଶ କରିଛନ୍ତି । ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କରଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତୁ୍ୟ ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁ ସଂପଦ ବିଭାଗ ମିଳିତ ଭାବେ ପଦକ୍ଷେପ ନେଇ ହାତୀ ମୃତୁ୍ୟ ରୋକିବାକୁ ନିଦେ୍ର୍ଧଶ ଦେଇଛନ୍ତି । ଏହି କ୍ଷେତ୍ରରେ ରାଜ୍ୟ ତଥା ଦେଶର ବିଶେଷଜ୍ଞମାନଙ୍କ ପରାମର୍ଶ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ କଡ଼ା ନିଦେ୍ର୍ଧଶ ଦେଇଛନ୍ତି ।
ଅଭୟାରଣ୍ୟ ଓ ତା’ର ଆଖପାଖ ଅଞ୍ଚଳରେ ଗ୍ରାମଗୁଡ଼ିକରେ ଥିବା ଗୃହପାଳିତ ପଶୁମାନଙ୍କର ଟିକାକରଣ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ, ଡିଏଫ୍ଓ ଓ ଜିଲ୍ଲା ପ୍ରାଣୀ ସଂପଦ ଅଧିକାରୀମାନଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ଅଭୟାରଣ୍ୟରେ ଥିବା ଜଳାଶୟଗୁଡ଼ିକୁ ତୁରନ୍ତ ବିଶୋଧନ କରିବା ଏବଂ ଜଳର ନମୁନା ତୁରନ୍ତ ପରୀକ୍ଷା କରିବା ସହ ନିୟମିତ ପରୀକ୍ଷା ପାଇଁ ନିଦେ୍ର୍ଧଶ ଦେଇଛନ୍ତି ।
ବୈଠକରୁ ଜଣାଯାଇଥିଲା ଯେ, କଳାହାଣ୍ଡିର କର୍ଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଗତ ଦୁଇ ସପ୍ତାହ ମଧ୍ୟରେ ୬ଟି ହାତୀଙ୍କର ମୃତୁ୍ୟ ହୋଇଛି । ବିଶେଷଜ୍ଞମାନଙ୍କ ମତ ଅନୁଯାୟୀ, ଏହି ହାତୀଗୁଡ଼ିକ ପାସ୍ତୁରେଲା ମଲଟୋସିଡା ନାମକ ଏକ ବ୍ୟାକ୍ଟେରିଆ ଦ୍ୱାରା ସଂକ୍ରମିତ ହୋଇ ହେମୋରାଜିକ ସେପ୍ଟିସେମିଆ ରୋଗରୁ ମୃତୁ୍ୟବରଣ କରିଛନ୍ତି । ଏହି ଦଳରେ ସମୁଦାୟ ୮ଟି ହାତୀରୁ ୬ଟିର ମୃତୁ୍ୟ ଘଟିଛି । ଏହି ଅଞ୍ଚଳରେ ଆଉ ଦୁଇଟି ହାତୀ ଦଳ ରହିଛନ୍ତି । ସେହି ଦଳଗୁଡ଼ିକୁ ଟ୍ରାକ୍ କରାଯାଇ ସେମାନେ ଯେପରି ସଂକ୍ରମିତ ଦଳର ସଂସ୍ପର୍ଶରେ ନ ଆସିବେ, ସେଥିପାଇଁ ପଦକ୍ଷେପ ନିଆଯାଉଛି । ଏହା ସହିତ ଏହି ଅଞ୍ଚଳରେ ଥିବା ୪୩ଟି ଜଳାଶୟରୁ ୨୫ଟି ଜଳାଶୟର ବିଶୋଧନ କରାଯାଇଛି ଏବଂ ବାକିଗୁଡ଼ିକର ବିଶୋଧନ କରାଯାଉଛି ।
ହାତୀମାନଙ୍କର ଚଳପ୍ରଚଳ ଉପରେ ନଜର ରଖିବା ପାଇଁ ରେଞ୍ଜ ଅଫିସର, ଫରେଷ୍ଟର, ଫରେଷ୍ଟ ଗାଡର଼୍ ଓ ଦୁଇଟି ଜୋନ୍କୁ ନେଇ ୧୦ଟି ଟିମ୍ ଗଠନ କରାଯାଇଛି । ଜଙ୍ଗଲ ବିଭାଗ ଓ ପଶୁ ସଂପଦ ବିଭାଗରୁ ଦୁଇଟି ରାଜ୍ୟସ୍ତରୀୟ ବିଶେଷଜ୍ଞ ଟିମ୍ ଗଠନ କରାଯାଇ ପରିସ୍ଥିତିକୁ ଆକଳନ କରାଯିବା ସହିତ ଅନ୍ୟାନ୍ୟ ପଦକ୍ଷେପ ନିଆଯାଉଛି । ଅଭୟାରଣର୍ୟ ଓ ତା’ର ଆଖପାଖ ଗାଁଗୁଡ଼ିକରେ ଗୃହପାଳିତ ପଶୁଗଡ଼ିକର ଟିକାକରଣ କରାଯାଉଛି ।
ପ୍ରୋଜେକ୍ଟ ଏଲିଫ୍ୟାଣ୍ଟ୍ ଆଇଜି ଏବଂ ୱାଇଲ୍ଡ ଲାଇଫ୍ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଇଣ୍ଡିଆର ନିଦେ୍ର୍ଧଶକଙ୍କୁ ଓଡିଶାକୁ ଏକ ଟିମ୍ ପଠାଇ ପ୍ରତିରୋଧକ ବ୍ୟବସ୍ଥା ଓ ପରାମର୍ଶ ପାଇଁ ଅନୁରୋଧ କରାଯାଇଛି । ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାରା ଜେନା, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ ପାଣ୍ଡିଆନ, ଜଙ୍ଗଲ ବିଭାଗର ବରିÂ ଅଫିସରମାନେ ଉପସ୍ଥିତ ଥିଲେ । କଳାହାଣ୍ଡିରୁ ପିସିସିଏଫ୍ ଏବଂ ଜିଲ୍ଲାପାଳ ଭିଡିଓ କନ୍ଫରେନ୍ସିଂ ଜରିଆରେ ଯୋଗ ଦେଇଥିଲେ ।


Comments are closed, but trackbacks and pingbacks are open.