
ରାୟଗଡ଼ା,(ବି.ବି.ନୁ୍ୟଜ): ରାୟଗଡ଼ା ଜିଲ୍ଲା ଟିକିରି ଥାନା ଶଙ୍କରଡ଼ା ଗାଁ ନିକଟରେ ଏକ କାର୍ ଓ ବାଇକ ମଧ୍ୟରେ ଧକ୍କା ହୋଇ ଜଣେ ଯୁବକଙ୍କ ମୃତୁ୍ୟ ହୋଇଛି । ମୃତ ଯୁବକ ହେଲେ ରିଙ୍କୁ ଡଙ୍ଗରି(୨୩) ।
ପୁଲିସ୍ ସୂଚନା ଅନୁଯାୟୀ, ରିଙ୍କୁ ନିଜ ବାଇକ(ଓଡି-୧୮ଜି-୭୧୧୨)ରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ କାର୍(ଓଡି-୧୮ବି-୪୪୯୯) ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ରିଙ୍କୁ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରାଯାଇ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡମେଡିକାଲ୍କୁ ସ୍ଥାନାନ୍ତର କରାଯାଉଥିବା ବେଳେ ତାଙ୍କ ମୃତୁ୍ୟ ହୋଇଥିଲା । ତାଙ୍କ ମୃତୁ୍ୟରେ ପରିବାରରେ ଶୋକର ଛାୟା ଖେଳିଯାଇଛି । ଟିକିରି ପୁଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।
Comments are closed, but trackbacks and pingbacks are open.