କେନ୍ଦ୍ରୀୟ ଯୋଜନା ହଡପ ଅଭିଯୋଗ:୨୭ରେ ବ୍ଲକ ଓ ମୁ୍ୟନିସପାଲିଟି ଘେରାଉ କରିବ ବିଜେପି

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ରାଜ୍ୟ ସରକାର କ୍ରମାଗତ ଭାବରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ ନାଁରେ କରି ରାଜ୍ୟବାସୀଙ୍କୁ ଭୂଅାଁ ବୁଲାଇ ଚାଲିଛନ୍ତି । ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘର ସବୁକୁ ରାଜ୍ୟ ସରକାର ‘ବିଜୁ ପକ୍କା ଘର’ ଯୋଜନାରେ ହେଉଛି ବୋଲି କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି । ମୋଦି ସରକାର ଦେଶରେ ବିଭିନ୍ନ ପ୍ରକାରର ଜନହିତକର ଯୋଜନା ଲାଗୁ କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ଏଠି କେବଳ କେନ୍ଦ୍ରୀୟ ଯୋଜନାକୁ ହଡପ କରି ନାଁ ବଦଲାଇ ବାହା ବାହା ନେବାକୁ ବସିଛନ୍ତି । ଏହା ସଂଘୀୟ ବ୍ୟବସ୍ଥାକୁ ବିରୋଧ କରୁଥିବାରୁ ଏହା ବିରୋଧରେ ରାଜ୍ୟ ବିଜେପି ଆଗାମୀ ୨୭ ରେ ରାଜ୍ୟର ସମସ୍ତ ୩୧୪ ବ୍ଲକ, ସମସ୍ତ ଏନଏସି/ମୁ୍ୟନିସପାଲିଟି ଘେରାଓ କରିବା ସହ ମହାମହିମ ରାଜ୍ୟପାଳଙ୍କ ଉଦେ୍ଧଶ୍ୟରେ ଦାବି ପତ୍ର ପ୍ରଦାନ କରିବ ବୋଲି ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା କହିଛନ୍ତି ।
ରାଜ୍ୟ କାର୍ଯ୍ୟାଳୟରେ ଅନୁÂିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପଣ୍ଡା କହିଛନ୍ତିି ଯେ, ୨୦୧୧ ଜନଗଣନା ଅନୁଯାୟୀ ପଞ୍ଚାୟତ ଅଧିକାରୀ ଗରିବ ହିତାଧିକାରୀ ସୂଚୀ ତଦାରଖ କରିବା କଥା । କିନ୍ତୁ ଏହି ସୂଚୀକୁ ଦଳୀୟ ଆଧାରରେ ତିଆରି କରି ପ୍ରକୃତ ହିତାଧିକାରୀଙ୍କୁ ବଂଚିତ କରାଯାଉଛି । ଗୋଟିଏ ପରିବାରରେ ୨ରୁ ୩ ଜଣଙ୍କ ନାଁରେ ପକ୍କା ଘର ଦିଆଯାଉଛି । କାର୍ଯ୍ୟାଦେଶ ପାଇବା ପାଇଁ ବ୍ୟାପକ ଅର୍ଥ କାରବାର ହେବା ନଜରକୁ ଆସିଛି । ସେହିପରି ଏହି କାର୍ଯ୍ୟାଦେଶରେ ପ୍ରଧାନମନ୍ତ୍ରୀ ଆବାସ ବୋଲି ଉଲ୍ଲେଖ ହେବା ଆବଶ୍ୟକ । କାର୍ଯ୍ୟାଦେଶକୁ ପଂଚାୟତ/ବ୍ଲକରେ ଦିଆନଯାଇ ବିଧାୟକଙ୍କ ସମୟ ସୁବିଧା ଅନୁସାରେ ବଂଟାଯିବା ପାଇଁ ସ୍ଥଗିତ ରଖାଯାଉଛି । ଏହା ଫଳରେ ସମୟାନୁଯାୟୀ ଲକ୍ଷ୍ୟ ପୂରଣ ହୋଇପାରୁନାହିଁ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ହାଉସିଂ ଫର ଅଲ୍ ୨୦୨୨’ ଅନୁଯାୟୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେବେ ବୋଲି କହିଛନ୍ତି । ସେଥିପାଇଁ ବ୍ୟାପକ ଅର୍ଥ ଓଡିଶାକୁ ଆସୁଛି । ଚଳିତ ବଜେଟରେ ବିଜୁ ପକ୍କାଘର ଯୋଜନାରେ ଟଙ୍କା ଟିଏ ଅର୍ଥ ବରାଦ ନାହିଁ । ରାଜ୍ୟରେ ଗରିବ ଲୋକଙ୍କୁ ମିଳୁଥିବା ସମସ୍ତ ପକ୍କାଘର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ହେଉଛି । ମାତ୍ର ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାର ଚତୁର ଭାବେ ଏହାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଯାଗାରେ “ବିଜୁ ପକ୍କାଘର” ବୋଲି କହି ବିଜ୍ଞାପନ ଦେଉଛନ୍ତି ବୋଲି ଶ୍ରୀ ପଣ୍ଡା ଅଭିଯୋଗ କରିଛନ୍ତି ।
ଏହି ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ ଏବଂ ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରଭାତି ପରିଡା ପ୍ରମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons