କୋଭିଡ୍ ପରିଚାଳନା ପାଇଁ ଆଉ ୨୫ କୋଟି

Get real time updates directly on you device, subscribe now.

ଭୁବନେଶ୍ୱର: ୨୫ କୋଟିର କୋଭିଡ ସାମଗ୍ରୀର ଲୋକାର୍ପଣ ସହ ୨୫ କୋଟିର କୋଭିଡ ପ୍ୟାକେଜ୍ । ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ୨୫ କୋଟି ଟଙ୍କାର ସ୍ୱତନ୍ତ୍ର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏହାଛଡ଼ା ପଶ୍ଚିମ ଓଡିଶା ପାଇଁ ୨୫ କୋଟି ଟଙ୍କାର ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି । ଗତ ମାସରେ ଏ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ସହାୟତା ରାଶିରେ କୋଭିଡ ଚିକିତ୍ସା ପାଇଁ ଉପକରଣ କିଣାଯାଇଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆତ୍ମବିଶ୍ୱାସର ସହ କହିଛନ୍ତି, ସମସ୍ତଙ୍କ ମିଳିତ ଉଦ୍ୟମରେ ଆମେ ଖୁବ ଶୀଘ୍ର ଏ ସଂକଟରୁ ମୁକ୍ତ ହେବା । ପଶ୍ଚିମ ଓଡିଶାରେ କୋଭିଡ ସ୍ଥିତିରେ ଉନ୍ନତି ଆସିଥିବାରୁ, ମୁଖ୍ୟମନ୍ତ୍ରୀ ଏହାର ସବୁ ଶ୍ରେୟ ପଶ୍ଚିମ ଓଡିଶାର ଜନସାଧାରଣଙ୍କୁ ଦେଇଛନ୍ତି । ଆଗଧାଡିରେ ରହି କାମ କରୁଥିବା ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି ଓ ଆଶାକର୍ମୀ ସମସ୍ତଙ୍କୁ ଶ୍ରେୟ ଦେଇ ସେମାନଙ୍କ ତ୍ୟାଗ ଓ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଗକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ଆଶାପ୍ରକାଶ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଲେ, କୋଭିଡ ମୁକାବିଲା ପାଇଁ ରାଜ୍ୟ ସରକାର ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦେଉଛନ୍ତି । ଅrିଜେନ ଯୋଗାଣରେ ଓଡିଶା ନୂଆ ପରିଚୟ ସୃଷ୍ଟି କରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି । ଏ ସଂକଟ ସମୟରେ “ପ୍ରତ୍ୟେକ ଜୀବନ ମୂଲ୍ୟବାନ’ । ଏହା ଆମର ସିଦ୍ଧାନ୍ତ । ପ୍ରତ୍ୟେକ ଲୋକ ଯେପରି ଉତ୍ତମ ଚିକିତ୍ସା ସେବା ପାଇପାରିବେ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ ।
ପଶ୍ଚିମ ଓଡିଶା ବିକାଶ ପରିଷଦ, ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବାପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇ କହିଲେ, ପରିଷଦ ଯେପରି ଅଧିକ ବିକାଶ କାମ କାର୍ଯ୍ୟକାରୀ କରିପାରିବ, ସେଥିପାଇଁ ଅଧିକ ପାଣ୍ଠି ଦିଆଯାଉଛି । ବିକାଶ ପରିଷଦ ଏହାର ଦାୟିତ୍ୱ ସଫଳ ଭାବରେ ନିର୍ବାହ କରିବ ବାଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ଗତଥର ଘୋଷଣା କରିଥିବା ୨୫ କୋଟି ସହାୟତାରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ, ନୂଆପଡା, ଝାରସୁଗୁଡା, ବୌଦ୍ଧ, ସୁବର୍ଣ୍ଣପୁର, ଦେବଗଡ ଓ ଅନୁଗୁଳ ଜିଲ୍ଲା ପାଇଁ ସମସ୍ତ ଜରୁରୀକାଳୀନ କୋଭିଡ ଉପକରଣ କିଣାଯାଇଛି । ଭେଣ୍ଟିଲେଟର, ଅrିଜେନ୍ ପାଇପ ଲାଇନ, ଅଟୋଆନାଲାଇଜର, ସିବିସି ମେସିନ୍, ଅrିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି । ଆଜି ଘୋଷଣା ହୋଇଥିବା ଅତିରିକ୍ତ ୨୫ କୋଟି ଅର୍ଥ ବ୍ୟବସ୍ଥା ଦ୍ୱାରା ଏହି ଜିଲ୍ଲାଗୁଡିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହାଇପାରିବ ବାଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।
ଏହି କାର୍ଯ୍ୟକ୍ରମରେ ଯୋଜନା ଓ ସଂଯାଜନା ମନ୍ତ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଗ୍ରାମ୍ୟ ଉନ୍ନୟମ ମନ୍ତ୍ରୀ ସୁଶାନ୍ତ ସିଂହ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସରକାରୀ ଦଳ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ ଏବଂ ପଶ୍ଚିମ ଓଡ଼ିଶାର ସାଂସଦ ଓ ବିଧାୟକମାନେ ଯୋଗ ଦେଇଥିଲେ ।
ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ସ୍ୱାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ପ୍ରଦୀପ୍ତ କୁମାର ଜେନା, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ ।

ରିପୋର୍ଟ ବିଶ୍ୱବିଜୟୀ

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons