ନିଶ୍ଚିନ୍ତକୋଇଲି: ଗଛରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ନତକାଇ ପଞ୍ଚାୟତ ମୁକୁନ୍ଦପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।
ଗାଁର ଏକ ବିଦ୍ୟାଳୟ ନିକଟ ଗଛରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ୨୫ ବର୍ଷୀୟ ଲିପୁ ମାହୁନ୍ତ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।
Comments are closed, but trackbacks and pingbacks are open.