ରାଉରକେଲା,(ବି.ବି.ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ରାଉରକେଲା ଗସ୍ତରେ ଆସିଥିଲେ । ଇସ୍ପାତ ଜେନେରାଲ ହସ୍ପିଟାଲର ସୁପର ସ୍ପେସିଆଲିଟି ହସ୍ପିଟାଲ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କ ପାଇଁ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନରେ ସୁନ୍ଦରଗଡ଼ ହେଉଛି ରାଜ୍ୟର ଦ୍ୱିତୀୟ ଜିଲ୍ଲା ।
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ଼ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷ କରି ଚିକିତ୍ସା ଖର୍ଚ୍ଚ ଜନିତ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡ଼ିଲେ ଚିକିତ୍ସା ପାଇଁ କିପରି ଜମିବାଡ଼ି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢ଼ା ବନ୍ଦ କରନ୍ତି³ ସେ ସବୁ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ।
ଚାଷୀ ହେଉ ବା ମୂଲିଆ ବା ରିrା ଚାଳକ ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ । ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍ସ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏଥିପାଇଁ ରାଜ୍ୟ ସରକାର ତାଙ୍କର ପ୍ରୟାସ ଜାରି ରଖିବେ । ଦେଶ ପାଇଁ ଅଲିମ୍ପିr ଗୌରବ ଆଣିଥିବା ସୁନ୍ଦରଗଡ଼ବାସୀଙ୍କ ଏହି ନ୍ୟାୟପୂର୍ଣ୍ଣ ଦାବି ପୂରଣ ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶା ସରକାର ତାଙ୍କର ଉଦ୍ୟମକୁ ଆହୁରି ଜୋରଦାର କରିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓ ଅଲିମ୍ପିrରେ ଖେଳିଥିବା ହକି ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇ ୭ ଜଣ ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ କରିଥିଲେ । ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ସହିତ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ରେ ୫୮୦.୮୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିଥିଲେ । ଏଥିରେ ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ୱାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁ ବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ଯ୍ୟ କରାଯିବ । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ଯୋଗ ଦେଇ ସ୍ୱାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ ।
ଓଡ଼ିଶାରେ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା, ମେଡିକାଲ କଲେଜ ପ୍ରତିÂା ଓ ବିଜୁ ସ୍ୱାସ୍ଥ୍ୟ କାର୍ଡ ଭଳି ଅନନ୍ୟ କାର୍ଯ୍ୟକ୍ରମ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱର ପ୍ରଶଂସା କରିଥିଲେ । ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶାବାସୀଙ୍କ ପାଇଁ କିଭଳି କାର୍ଯ୍ୟ କରି ଚାଲିଛନ୍ତି ସେ ସମ୍ପର୍କରେ କହିଥିଲେ । ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ ଧନ୍ୟବାଦ ଜଣାଇଥିଲେ । କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ବିଧାୟକ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ସ୍ୱାଧୀନତା ଦିବସ ଅବସରରେ ସ୍ମାର୍ଟ ହେଲ୍ଥ କାର୍ଡ ସଂପର୍କରେ ଘୋଷଣା କରିଥିଲେ । ରାଉରକେଲା ସୁପର ସ୍ପେସିଆଲଟି ହସ୍ପିଟାଲ ସମ୍ମିଳନୀକକ୍ଷରେ ମୁଖ୍ୟମନ୍ତ୍ରୀ ଜଣେ ମହିଳାଙ୍କୁ ସ୍ମାର୍ଟ ହେଲ୍ଥକାର୍ଡ ବଣ୍ଟନ କରୁଛନ୍ତି


Comments are closed, but trackbacks and pingbacks are open.