ଗର୍ଭବତୀ ମହିଳାଙ୍କ ସନେ୍ଦହଜନକ ମୃତୁ୍ୟ

Get real time updates directly on you device, subscribe now.

ବଲାଙ୍ଗିର: ବଲାଙ୍ଗିରରେ ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ରାଧାରାଣୀ ପଡାର ଆନନ୍ଦିନୀ ବାରିକ୍ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ମହିଳାଙ୍କ ମୃତ୍ୟୁ କେଉଁ କାରଣରୁ ହୋଇଛି ତାହା ଜଣାପଡିନାହିଁ । ଘରେ ତାଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ମୃତଦେହ ଦେଖି ପୋଲିସକୁ ଖବର ଦିଆଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ମୃତ ମହିଳାଙ୍କ ସ୍ବାମୀଙ୍କୁ ଅଟକ ରଖି ପଚାଉଚରା କରୁଛି ଟାଉନ ଥାନା ପୋଲିସ । ତଦନ୍ତ ପରେ ପ୍ରକୃତ ସତ ଜଣାପଡିବ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons