ଗାଁରେ କୋଭିଡ୍ -୧୯ ସଚେତନତା ଓ ସୁରକ୍ଷା ଅଭିଯାନ : ୬୭୯୮ ପଞ୍ଚାୟତରେ ୬୯୩୯ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

Get real time updates directly on you device, subscribe now.

ଭୁବନେଶ୍ବର : କେବଳ ସହର ନୁହେଁ, ଗାଁରେ କୋଭିଡ୍‌୧୯ ସଂକ୍ରମଣର ଭୟ । ଗାଁ କୁ ସୁରକ୍ଷା ଜରୁରି । ଏହି ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି ଏବଂ ସାମାଜିକ ସୁରକ୍ଷା କାର୍ୟ୍ୟକ୍ରମଗୁଡ଼ିକ ସଂପର୍କରେ ତ୍ରିସ୍ତରୀୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କୁ ସଂପୃକ୍ତ କରିବା ଉଦ୍ଦେଶ୍ୟରେ ଗତ ମାର୍ଚ୍ଚ ୧୯, ୨୦ ଓ ୨୧ ତାରିଖରେ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଏବଂ ଜିଲ୍ଲା ପରିଷଦର ସଦସ୍ୟମାନଙ୍କ ପାଇଁ ସଚେତନତା ସଭା କରାଯାଇଥିବା ଆଜି ସାମ୍ବାଦିକ ସମ୍ମିଳନୀରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସାସନ ସଚିବ ଦେଓରଂଜନ କୁମାର ସିଂହ ପ୍ରକାଶ କରିଛନ୍ତି ।
ସେ କହିଛନ୍ତି, କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧,୬୨,୧୪୨ ଶଯ୍ୟାବିଶିଷ୍ଟ ମୋଟ ୬୯୩୯ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି । ଗ୍ରାମ ପଞ୍ଚାୟତ ପାଣ୍ଠିରୁ କୋଭିଡ୍‌-୧୯ ସ୍ବତନ୍ତ୍ର ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ପ୍ରସ୍ତୁତି ପାଇଁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ପ୍ରତ୍ୟେକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ମୌଳିକ ସୁବିଧାସୁଯୋଗ ଏବଂ ପରିମଳ ବ୍ୟବସ୍ଥା ସହ ପ୍ରସ୍ତୁତ ରହିବା ନିମନ୍ତେ ଯଥାକ୍ରମେ ୧୦ ଲକ୍ଷ ଟଙ୍କା ଏବଂ ୫ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ସମସ୍ତ ଗ୍ରାମ ପଞ୍ଚାୟତରେ ଯୋଗ୍ୟ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ପେନ୍‌ସନ୍‌, ରାସନ୍‌ ସାମଗ୍ରୀ ଓ ସ୍ବତନ୍ତ୍ର ଖାଦ୍ୟ ସୁରକ୍ଷା ଭତ୍ତା ବଣ୍ଟନ କରାଯାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons