ଗ୍ୟାସ ଆଧାରିତ ଭିତ୍ତିଭୂମି ନିର୍ମାଣ ଦିଗରେ ଭାରତ ଅଗ୍ରସର

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ଦେଶର ତୈଳ ଏବଂ ଗ୍ୟାସ ରାଷ୍ଟ୍ରାୟତ ଉଦ୍ୟୋଗ (ପିଏସ୍ୟୁ) ଓ ସେମାନଙ୍କ ଯୌଥ ଉଦ୍ୟୋଗ ସାହାଯ୍ୟରେ ଗ୍ୟାସ ଆଧାରିତ ଭିତ୍ତିଭୂମି ନିର୍ମାଣ ଦିଗରେ ଭାରତ ଅଗ୍ରସର ବୋଲି ଆଜି ଭିଡିଓ କନଫରେନ୍ସିଂ ଯୋଗେ ରାଷ୍ଟ୍ର ଉଦେ୍ଧଶ୍ୟରେ ୫୬ଟି ସିଏନ୍ଜି ଷ୍ଟେସନ ଲୋକାର୍ପଣ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଲୋକାର୍ପିତ ସିଏନ୍ଜି ଷ୍ଟେସନ ଭାରତର ସ୍ୱଚ୍ଛ ଓ ସବୁଜ ଭବିଷ୍ୟତ ଗଠନ ଦିଗରେ ଥିବା ପ୍ରଚେଷ୍ଟାକୁ ସଶକ୍ତ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ଶ୍ରୀ ପ୍ରଧାନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜଳବାୟୁ ନ୍ୟାୟକୁ ନିଶ୍ଚିତ କରିବା ଓ ସମସ୍ତଙ୍କ ପାଇଁ ସୁଲଭ ମୂଲ୍ୟରେ ସ୍ୱଚ୍ଛ ଇନ୍ଧନ ଯୋଗାଇବା ପାଇଁ ଦୃଢ଼ ନିଶ୍ଚିତ । ଆଜି ରାଷ୍ଟ୍ର ଉଦେ୍ଧଶ୍ୟରେ ଅନେକ ସିଏନ୍ଜି ଷ୍ଟେସନ ଲୋକାର୍ପିତ କରାଯାଇଛି । ସେ କହିଛନ୍ତି ଆଗାମୀ ଦିନରେ ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତିରେ ପରିଣତ କରାଯିବା ପାଇଁ ଚେଷ୍ଟା କରାଯାଉଛି । ଦେଶର ୫ କୋଟି ଘରକୁ ପାଇପ ଯୋଗ୍ ପ୍ରାକୃତିକ ଗ୍ୟାସ ପହଞ୍ଚାଇବାର ଲକ୍ଷ୍ୟ ରଖାଯାଇଛି । ସେହିପରି ସ୍ୱର୍ଣ୍ଣ ଚତୁର୍ଭୁଜରେ ୧୦୦ ଏଲ୍ଏନ୍ଜି ଷ୍ଟେସନ ପ୍ରତିÂା କରିବାକୁ ହୋଇଥିବା ଯୋଜନା ସ୍ୱଚ୍ଛ ଇନ୍ଧନ ବ୍ୟବହାରରେ ନୂଆ ମାପଦଣ୍ଡ ଆଣିବ । ଏହାସହ ଦେଶରେ ୫୦୦୦ କମ୍ପେ୍ରସ୍ଡ ବାୟୋ ଗ୍ୟାସ ପ୍ଲାଣ୍ଟ ପ୍ରତିÂା କରିବା ଦିଗରେ ଭାରତ ସରକାର ଅଗ୍ରସର ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ଭାରତ ସରକାର ପ୍ରାକୃତିକ ଗ୍ୟାସକୁ ପ୍ରୋତ୍ସାହନ ଦେବା ଦିଗରେ କାମ କରୁଛନ୍ତି । ୨୦୩୦ ସୁଦ୍ଧା ପ୍ରାକୃତିକ ଗ୍ୟାସର ସେୟାରକୁ ବର୍ତ୍ତମାନର ୬.୩ଧରୁ ୧୫ଧ କରାଯିବାର ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ଦେଶରେ ପ୍ରାୟ ୧୭ ହଜାର କିମି ଲମ୍ବ ଗ୍ୟାସ ପାଇପ୍ଲାଇନର ନିର୍ମାଣ କାମ ଚାଲୁଅଛି । ପରିବେଶ ସହଯୋଗୀ ଇନ୍ଧନ ଉପଲବ୍ଧ କରିବା ପାଇଁ ସିଜିଡି ନେଟୱାର୍କର ସଂପ୍ରସାରଣ କରାଯାଉଛି । ଘର, ଶିଳ୍ପ ଏବଂ ବାଣିଜି୍ୟକ କେନ୍ଦ୍ର ଏବଂ ସିଏନ୍ଜି ପରିବହନ କ୍ଷେତ୍ର ପାଇଁ ପ୍ରାକୃତିକ ଗ୍ୟାସ ଯୋଗାଯାଉଛି । କମ୍ପେ୍ରସଡ୍ ବାୟୋ-ଗ୍ୟାସ (ସିବିଜି) ଏବଂ ଜୈବଖତ ଉତ୍ପାଦନ କରି ଉଦ୍ୟମୀମାନଙ୍କୁ ପ୍ରୋତ୍ସାହନ ଦେବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି ।
ଶ୍ରୀ ପ୍ରଧାନ କହିଛନ୍ତି, ଚୀନ ଏବଂ ଆମେରିକା ପରେ ଦ୍ୱିତୀୟ ବୃହତ୍ତମ ଜନସଂଖ୍ୟା ଆଧାରରେ ଭାରତ ତୃତୀୟ ସର୍ବବୃହତ ଉର୍ଜ୍ଜା ଉପଭୋକ୍ତା ରାଷ୍ଟ୍ର । ବିଶ୍ୱରେ ଅଧିକ ଉର୍ଜ୍ଜା ବ୍ୟବହାର କରିଥିବା କ୍ଷେତ୍ରରେ ଭାରତରେ ଉର୍ଜ୍ଜା ଉପଭୋକ୍ତା ଏବଂ ଉର୍ଜ୍ଜା ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଦେଶର ପ୍ରଦୂଷଣକୁ ହ୍ରାସ କରିବା ଦିଗରେ ଦେଶର ପ୍ରଧାନମନ୍ତ୍ରୀ କାର୍ଯ୍ୟ କରୁଛନ୍ତି । ଉର୍ଜ୍ଜା ବ୍ୟବସାୟରେ ନୂଆ ନିବେଶକଙ୍କ ପାଇଁ ନୀତି ସଂସ୍କାର ଅଣାଯାଇଛି । ଏହି ଅବସରରେ ଶ୍ରୀ ପ୍ରଧାନ ମାର୍କେଟିଂ କମ୍ପାନୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି କାମ କରିବା ପାଇଁ ଆହ୍ୱାନ କରିଛନ୍ତି । ଏହାଦ୍ୱାରା ଉର୍ଜ୍ଜା କ୍ଷେତ୍ରରେ ଅଧିକ ପ୍ରତିଯୋଗିତା ବଢ଼ିବ ଏବଂ ଉପଭୋକ୍ତାଙ୍କ ପାଇଁ ସଠିକ୍ ମୂଲ୍ୟ ନିର୍ଣ୍ଣୟ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons