ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

Get real time updates directly on you device, subscribe now.

ଉଦଳା : ଜଙ୍ଗଲ ଭିତରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଅଞ୍ଚଳରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।
ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା କୁଟଲିଂ ଜଙ୍ଗଲରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳେ ସ୍ଥାନୀୟ ଲୋକେ ଜଙ୍ଗଲକୁ ଯାଇଥିବା ବେଳେ ମୃତଦେହ ଦେଖିବାକୁ ପାଇଥିଲେ । ମୃତଦେହ ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ ।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ଏପର‌୍ୟନ୍ତ ମୃତକର ପରିଚୟ ମିଳିପାରିନଥିବା ବେଳେ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons