ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ସୋସୋ ଥାନା ଅନ୍ତର୍ଗତ ସଢ଼ା ଛକରେ ଅଗ୍ନିକାଣ୍ଡ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାଁ ସୁକଦେବ ମୁଣ୍ଡା। ସେ ଆନନ୍ଦପୁର ତହସିଲରେ କନିଷ୍ଠ କିରାଣି ଭାବେ କାର୍ୟ୍ୟ କରୁଥିଲେ।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ସୁକଦେବ ଶୋଇଥିବା ବେଳେ ଘରେ ନିଆଁ ଲାଗିଯାଇଥିଲା।
ଖବର ପାଇ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ସୁକଦେବଙ୍କ ମୃତ୍ୟୁ ହୋଇଯାଇଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ପୁଲିସ୍ ଘଟଣାର ତଦନ୍ତ କରୁଛି।
Comments are closed, but trackbacks and pingbacks are open.