ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

Get real time updates directly on you device, subscribe now.

ଭୁବନେଶ୍ୱର: ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ଜାମିନ ପାଇବା ପରେ ଆଜି ଜେଲରୁ ବାହାରିଲେ। ଶୁକ୍ରବାର ଷଷ୍ଠ ମାମଲାରେ ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଥିଲେ। ତା’ସହିତ ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟଙ୍କ ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଗଣମାଧ୍ୟମରେ କୌଣସି ବିବୃତ୍ତି ନଦେବାକୁ ତଥା ସାକ୍ଷୀମାନଙ୍କୁ ଧମକଚମକ ନଦେବାକୁ ସର୍ତ୍ତ ରଖିଥିଲେ କୋର୍ଟ। ଡିସେମ୍ବର ୩ ତାରିଖରେ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।
ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିଲା। ପୂର୍ବରୁ ୫ଟି ମାମଲାରେ ତାଙ୍କୁ ଜାମିନ ମିଳିଥିଲା। ଗତକାଲି ଷଷ୍ଠ ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ। ଭାବି ଜ୍ୱାଇଁ ଆକାଶ ପାଠକଙ୍କ ଜରିଆରେ ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଲୋକଙ୍କଠାରୁ ଟଙ୍କା ଆଦାୟ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଗଞ୍ଜାମର ଭିନ୍ନ ଭିନ୍ନ ଥାନାରେ ତାଙ୍କ ନାଁରେ ଏକାଧିକ ମାମଲା ରୁଜୁ ହୋଇଥିଲା।
ସୂଚନାଯୋଗ୍ୟ, ଦୁଇ ଦିନ ପୂର୍ବରୁ ଆକାଶ ପାଠକ ଓ ତାଙ୍କ ବାପା ତଥା ପୂର୍ବତନ ଆଇଏଫ୍‌ଏସ୍ ଅଫିସର ଅଭୟକାନ୍ତ ପାଠକଙ୍କୁ ଜାମିନ ମିଳିଥିଲା। ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଗୋଳନ୍ଥରା ଥାନାରେ ହୋଇଥିବା ମାମଲାରେ ସେମାନଙ୍କୁ ହାଇକୋର୍ଟରୁ ଜାମିନ ମିଳିଥିଲା। ତେବେ ଉଭୟଙ୍କ ନାଁରେ ଅନ୍ୟାନ୍ୟ ମାମଲା ଥିବାରୁ ସେମାନେ ଜେଲ୍‌ରୁ ବାହାରି ପାରି ନାହାନ୍ତି।ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଅଭୟକାନ୍ତଙ୍କ ପୁଅ ଆକାଶ ପାଠକ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିବା ବେଳେ କ୍ରାଇମବ୍ରାଞ୍ଚ ‌ଏହି ଘଟଣାର ତଦନ୍ତ କରୁଛି।

ରିପୋର୍ଟ ବିଶ୍ୱବିଜୟୀ

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons