ଭୁବନେଶ୍ୱର: ୭୫ ବର୍ଷରେ ପଦାର୍ପଣ କରିଛି ଉତ୍କଳ ବିଶ୍ୱବିଦ୍ୟାଳୟ। ଏହି ଅବସରରେ ଗତକାଲିଠାରୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଉତ୍ସବ ଆରମ୍ଭ ହୋଇଛି । ଏହି କାର୍ୟ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ୫ ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବରେ ବିଭିନ୍ନ ରଙ୍ଗାରଙ୍ଗ କାର୍ୟ୍ୟକ୍ରମ ପରିବେଷଣ କରାଯିବ । ଏହି କାର୍ୟ୍ୟକ୍ରମରେ ବହୁ ସଂଖ୍ୟାରେ ପୁରାତନ ଛାତ୍ର ଓ ବର୍ତ୍ତମାନ ଛାତ୍ରଛାତ୍ରୀ ଯୋଗଦେଇଛନ୍ତି । ଏହି ପ୍ଲାଟିନମ ଜୁବୁଲି ଉତ୍ସବ କାର୍ୟ୍ୟକ୍ରମରେ ଯୋଗଦେବା ପାଇଁ ଡିସେମ୍ବର ୮ତାରିଖରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ଲାଟିନମ ଜୁବୁଲିରେ ଅଭିଭାଷଣ ଦେବାର କାର୍ୟ୍ୟକ୍ରମ ରହିଛି । ତେବେ ରାଷ୍ଟ୍ରପତି ଆସିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଥିବା ଜଣାପଡିଛି ।
Comments are closed, but trackbacks and pingbacks are open.