ଧରାପଡିଲା ଗ୍ୟାଙ୍ଗଷ୍ଟର ହାଇଦର, ତେଲେଙ୍ଗାନାରୁ ଗିରଫ କଲା ପୋଲିସ

Get real time updates directly on you device, subscribe now.

କଟକ: କଟକ ବଡ଼ମେଡିକାଲରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦର ଗିରଫ ହୋଇଛି। ତେଲେଙ୍ଗାନା ରାଜ୍ୟର ରଙ୍ଗାରେଡି ଜିଲ୍ଲାରୁ ତାକୁ ଗିରଫ କରାଯାଇଛି। ଆଜି ସଂଧ୍ୟାରେ କଟକ ପୁଲିସ ତେଲେଙ୍ଗାନା ପୁଲିସ ସହାୟତାରେ ହାଇଦରକୁ ଧରିବାରେ ସଫଳ ହୋଇଛଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ।
କୁଖ୍ୟାତ ଗ୍ୟାଙ୍ଗଷ୍ଟର୍ ହାଇଦର ଶନିବାର କଟକ ଏସସିବି ମେଡିକାଲକୁ ଚିକିତ୍ସା ଲାଗି ଯାଇଥିବା ବେଳେ ସେଠାରୁ ଫେରାର୍ ହୋଇଯାଇ ଥିଲା । ଏହାରି ଭିତରେ ଆଜି ତା’ର ପୁରୁଣା ସହଯୋଗୀ ୟାକୁବ ପୁଲିସ୍ ଆଗରେ ଆତ୍ମସମର୍ପଣ କରି ଥିଲା । କିନ୍ତୁ ହାଇଦର କେଉଁଠି ଥିଲା ତା’ର ପତ୍ତା ମିଳୁ ନଥିଲା। ହାଇଦର ଚମ୍ପଟ ମାରିବା ନେଇ ଅନେକ ପ୍ରଶ୍ନ ଉଠିଥିଲା।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons