ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ‘ୟଶ୍’

Get real time updates directly on you device, subscribe now.

ଭୁବନେଶ୍ୱର: ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ୟାସ୍ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି କ୍ଷତି ଘଟାଇବ ବୋଲି ସେ କହିଛନ୍ତି । ଏହା ସହ ୨୬ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଉପକୂଳରେ ପଡ଼ିବ । ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ୟାସର ପ୍ରଭାବ ପଡ଼ିବ। ସେହିଭଳି ଆଜି ସନ୍ଧ୍ୟା ସୁଦ୍ଧା ୟାସ୍ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଆକଳନ କରିଛନ୍ତି IMD ମହାନିର୍ଦ୍ଦେଶକ। ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପର ୬ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।ୟାସ୍- ଅତି ଭୀଷଣ ବାତ୍ୟା ରୂପରେ ମାଡ଼ ହେବ ବାଲେଶ୍ୱର ସଦର ଉପକୂଳ ପାଖରେ । ବୁଧବାର ମଧ୍ୟାହ୍ନ ସୁଦ୍ଧା ସ୍ଥଳଭାଗ ଛୁଇଁବ । ସେତେବେଳେ ୧୫୫ରୁ ୧୬୫ କିଲୋମିଟର ବେଗରେ ମାଡ଼ ହେବ ପବନ । ମଝିରେ ମଝିରେ ୧୮୫ କିମି ବେଗରେ ପବନ ମାଡ଼ କରି ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳକୁ ମୋଡ଼ି ମକଚି ଦେବ ୟାସ୍ । ମଙ୍ଗଳବାର ବିଳମ୍ବିତ ରାତିରୁ ପ୍ରକୋପ ବଢ଼ାଇ ଚାଲିବ । ବୁଧବାର ସକାଳୁ ଚଳାଇବ ତାଣ୍ଡବ । ଭୟାନକ ପବନ ମାଡ଼ରେ କ୍ଷତାକ୍ତ କରିଦେବ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାକୁ । ମୟୂରଭଞ୍ଜ ବି ବାଦ୍ ପଡ଼ିବନି ୟାସ୍ ପ୍ରକୋପରୁ । କେନ୍ଦ୍ରାପଡ଼ାରେ ୟଶ୍ର ପ୍ରଭାବରେ ଧିରେ ଧିରେ ସମୁଦ୍ରରେ ଜୁଆର ବଢ଼ିବାରେ ଲାଗିଛି । ପବନା ବେଗ ବଢ଼ି ବଢ଼ି ଚାଲିଥିବା ଦେଖିବାକୁ ମିଳୁଛି । ରାତି ସୁଦ୍ଧା ଅଧିକ ପରିମାଣ ହେବାର ଆଶଙ୍କା କରାଯାଉଛି । ପ୍ରଶାସନ ପକ୍ଷରୁ ଓ ପୋଲିସ ବିଭାଗର ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଥିବା ଦେଖିବାକୁ ମିଳିଛି । ଆଶ୍ରୟସ୍ଥଳକୁ ଲୋକମାନଙ୍କୁ ସ୍ଥାନାନ୍ତର କରିବାରେ ଲାଗିପଡିଛନ୍ତି ପୋଲିସ ପ୍ରଶସନ । ଯେପରି କୌଣସି ଅସୁବିଧାର ସମ୍ମୁଖିନ ନହେବେ ସେଥିପାଇଁ ଲାଗିପଡିଛନ୍ତି ପ୍ରଶାସନ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons