
ଭୁବନେଶ୍ୱର, (ବି.ବି.ବୁ୍ୟରୋ): ରାଜ୍ୟବାସୀଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ଆମେ ନିଶ୍ଚୟ ପୂରଣ କରିବୁ । ଏ ଦିଗରେ ଆମେ କଠିନ ପରିଶ୍ରମ ଜାରି ରଖିଛୁ । ସରକାର ଓ ଶାସନ ପ୍ରତି ଲୋକମାନଙ୍କର ଦୃଷ୍ଟିଭଙ୍ଗୀ ବଦଳିଛି । ପ୍ରାକୃତିକ ବିପର୍ଯ୍ୟୟ ଓ କରୋନା ମହାମାରୀ ମଧ୍ୟରେ ବି ରାଜ୍ୟର ବିକାଶ ସହ କୌଣସି ସାଲିସ୍ ହେବନାହିଁ । ରାଜ୍ୟ ସରକାରଙ୍କ ୫ମ ପାଳିର ଦୁଇବର୍ଷ ପୂର୍ତ୍ତି ଅବସରରେ ଏ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ମନ୍ତ୍ରୀ ପରିଷଦ ବୈଠକ ବସିଥିଲା । ଏ ବୈଠକରେ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରି କହିଲେ, ଓଡିଶାବାସୀଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ଏବଂ ବିଜୁବାବୁଙ୍କ ସ୍ୱପ୍ନକୁ ସାକାର କରିବାରେ ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ୱାନମୂଳକ ଥିଲା । ‘ଫୋନି’ ବାତ୍ୟାରୁ ଆରମ୍ଭ କରି ଗତ ଦୁଇ ବର୍ଷ ହେଲା ଆମେ ବାତ୍ୟା ଏବଂ କୋଭିଡ ମହାମାରୀକୁ ସାମ୍ନା କରିଆସୁଛୁ । ଏହା ହେଉଛି ଅଭୂତପୂର୍ବ ସମସ୍ୟା । ଆମର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଆମର ସର୍ବୋତ୍ତମ ଚେଷ୍ଟା ଜାରି ରଖିଛୁ ।
ସାରା ବିଶ୍ୱରେ ବିପର୍ଯ୍ୟୟ ପରିଚାଳନାରେ ଏକ ମଡେଲ ଭାବରେ ସ୍ୱୀକୃତ ଓଡିଶା ଏ କ୍ଷେତ୍ରରେ ତା’ର ମାନବୀୟ ଦୃଷ୍ଟିଭଙ୍ଗୀ ଓ ଦକ୍ଷତା ପାଇଁ ସୁନାମ ପାଇଛି । ଜଳବାୟୁ ପରିବର୍ତ୍ତନ ମାନବ ସମାଜ ପାଇଁ ଏକ ବଡ ସମସ୍ୟା ସୃଷ୍ଟି କରିଛି । ୨୦୨୦ ମାର୍ଚ୍ଚ ପର ଠାରୁ କୋଭିଡ୍ ମହାମାରୀ ଆମର ବିପର୍ଯ୍ୟୟ ପରିଚାଳନା ଅଭିଜ୍ଞତାରେ ଏକ ନୂଆ ସମସ୍ୟା ଭାବରେ ଦେଖାଦେଇଛି । ସାରା ବିଶ୍ୱର ବିଭିନ୍ନ ଦେଶ ଏହି ମହାମାରୀର ବିଭିନ୍ନ ଲହର ଦ୍ୱାରା ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି । ସ୍ୱାଭାବିକ ଅବସ୍ଥାକୁ ଫେରିବା ଆଜି ଏକ ଆହ୍ୱାନ । କରୋନା ଭାଇରସ୍ ସଂକ୍ରମଣର ସଫଳ ନିୟନ୍ତ୍ରଣ ପୂର୍ବରୁ, ମାନବ ସମାଜକୁ ଏହି ମହାମାରୀର କେତେ ଲହର ଓ ଏହି ଭାଇରସର କେତେ ଅଧିକ ଭାରିଆଣ୍ଟର ସମ୍ମୁଖୀନ ହେବାକୁ ପଡିବ, ତାହା ବର୍ତ୍ତମାନ ଯାଏ କହିବା ସମ୍ଭବ ହେଉନି । ଏହା ହିଁ ହେଉଛି ବାସ୍ତବତା । ଆମ ସମସ୍ତଙ୍କୁ ଏହା ଗ୍ରହଣ କରିବାକୁ ହେବ । ସେଥିପାଇଁ ପ୍ରସ୍ତୁତ ରହିବାକୁ ହେବ ।
ନବୀନ କହିଲେ, ଏପର୍ଯ୍ୟନ୍ତ ଆମ ରାଜ୍ୟ କରୋନା ସଂକ୍ରମଣର ଦୁଇଟି ଲହର ଦ୍ୱାରା ପ୍ରଭାବିତ ହୋଇସାରିଲାଣି । ଆମର ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ସଠିକ୍ ଭାବରେ ପରିଚାଳନା କରିବାରେ ଆମେ ସକ୍ଷମ ହୋଇପାରିଛୁ । ସଂକ୍ରମଣର ପ୍ରସାର ଦ୍ୱାରା ଆମର ବ୍ୟବସ୍ଥା ଏପର୍ଯ୍ୟନ୍ତ ଅତ୍ୟଧିକ ଚାପର ସମ୍ମୁଖୀନ ହୋଇନାହିଁ । ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଆମ ସରକାର ସବୁବେଳେ ଆଗୁଆ ପଦକ୍ଷେପ ନେଇଆସଛନ୍ତି । ଯେତେବେଳେ ଅନ୍ୟ ରାଜ୍ୟମାନେ ଦୁର୍ଭାଗ୍ୟବଶତଃ ଅrିଜେନ ସମସ୍ୟା ଭିତରେ ଛନ୍ଦି ହୋଇ ଯାଇଥିଲେ, ସେତେବେଳେ ଆମ ସରକାର ଆମ ଡାକ୍ତରଖାନା ମାନଙ୍କରେ ଅrିଜେନ ଯୋଗାଣକୁ ସୁବ୍ୟବସ୍ଥିତ କରିପାରିଥିଲେ । ଅନ୍ୟ ରାଜ୍ୟଗୁଡ଼ିକୁ ମଧ୍ୟ ଅrିଜେନ ଯୋଗାଇବାରେ ଆମେ ସଫଳ ହୋଇପାରିଛୁ । ବହୁ ମୂଲ୍ୟବାନ ଜୀବନ ବଞ୍ଚି ପାରିଛି ।
କୋଭିଡ ପରିଚାଳନାରେ ଆମକୁ ଆଗକୁ ଆହୁରି ପଥ ଅତିକ୍ରାନ୍ତ କରିବାକୁ ଅଛି । ଆମେ ବର୍ତ୍ତମାନ ଟିକାକରଣ ଉପରେ ଫୋକସ୍ କରିଛୁ । ଟିକାକରଣ ନିମନ୍ତେ ଆମର ସମ୍ବଳର ଉପଯୋଗ କରି ଆମର ଲୋକମାନଙ୍କୁ ଯେତେଶୀଘ୍ର ସମ୍ଭବ, ସୁରକ୍ଷିତ ରଖିବା ପାଇଁ ପଦକ୍ଷେପ ନେଇଛୁ । ସଂକଟ ସମୟରେ ଆମେ ଲୋକଙ୍କର ସହଯୋଗ ପାଇଛୁ । ବିଭିନ୍ନ ସ୍ତରରେ ଗୋÂୀର ସଂପୃକ୍ତି ଆମର ସବୁଠାରୁ ବଡ ଶକ୍ତି ହୋଇ ରହିଆସଛି । ଗୋଟିଏ ପରେ ଗୋଟିଏ ସଂକଟର ମୁକାବିଲା ପାଇଁ ଓଡିଶାବାସୀଙ୍କର ନିରନ୍ତର ସହଯୋଗ ଏବଂ ସରକାରଙ୍କ ଉଦ୍ୟମରେ ନିଃସର୍ତ୍ତ ସମର୍ଥନ ପାଇଁ ରାଜ୍ୟ ସରକାର ଓଡିଶାବାସୀଙ୍କ ନିକଟରେ କୃତଜ୍ଞ । ମହାମାରୀ ଓ ବାତ୍ୟା ପରି ଦୁର୍ବିପାକ ସମୟରେ ପ୍ରଶାସନର ଭଲ କାମରେ ଲୋକମାନଙ୍କର ପ୍ରଶଂସା ସରକାର ପାଇଁ ବଡ ପ୍ରେରଣା ହୋଇ ରହିଆସିଛି ।
ବିପର୍ଯ୍ୟୟର ମୁକାବିଲା କିପରି କରିବାକୁ ହେବ, ସେ ବିଷୟରେ ଆମକୁ ନିରନ୍ତର ଶିକ୍ଷା ଲାଭ କରିବାକୁ ହେବ । ଜଳବାୟୁ ପରିବର୍ତ୍ତନର ପ୍ରଭାବ ସହିତ ଖାପ ଖୁଆଇ ଚଳିବା ସଙ୍ଗେ ସଙ୍ଗେ ବ୍ୟବସ୍ଥାରେ ମଧ୍ୟ ନିରନ୍ତର ଉନ୍ନତି ଆଣିବାକୁ ପଡିବ । ଏହା ହେଉଛି ଆମ ସମାଜର ସୁରକ୍ଷାର ବିଷୟ । ତେଣୁ ଏ ଦିଗରେ ଆମ ରାଜ୍ୟକୁ ଦକ୍ଷ ଓ ଦୃଢ କରିବା ପାଇଁ ଆମେ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବୁ । ଆଜି ଆମର ସ୍କୁଲ କଲେଜର ପାଠ୍ୟକ୍ରମରେ ବିପର୍ଯ୍ୟୟ ଓ ମହାମାରୀର ମୁକାବିଲା ପାଇଁ ପ୍ରାକ୍ ପ୍ରସ୍ତୁତିକୁ ଏକ ବିଷୟ ଭାବରେ ଗ୍ରହଣ କରିବାକୁ ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ସଂକଳ୍ପ ପାରିତ କରିଛି । ରାଜ୍ୟର ପ୍ରତ୍ୟେକ ଛାତ୍ରଛାତ୍ରୀ, ପ୍ରତ୍ୟେକ ନିର୍ବାଚିତ ପ୍ରତିନିଧି, ସରକାରୀ ଅଫିସର, ମିଶନ ଶକ୍ତି ସଦସ୍ୟବୃନ୍ଦ ଏବଂ ସମସ୍ତେ ପ୍ରାକୃତିକ ଦୁର୍ବିପାକ ଓ ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ତାଲିମ ଦିଆଯିବ । ଏହା ହେଉଛି ଏକ ଐତିହାସିକ ପଦକ୍ଷେପ ଏବଂ ଭବିଷ୍ୟତରେ ପ୍ରକୃତିର ତାଣ୍ଡବ, ଏହା ଜୈବିକ ହେଉ ବା ଜଳବାୟୁ ଜନିତ, ତାର ସମ୍ମୁଖୀନ ହେବାକୁ ଆମର ଭବିଷ୍ୟତ ବଂଶଧରମାନଙ୍କୁ ଏହା ଦକ୍ଷ ଓ ସଶକ୍ତ କରିବ । ଏହି ପଦକ୍ଷେପ ଦ୍ୱାରା ଓଡିଶା ଲୋକଙ୍କ ଜୀବନ ରକ୍ଷା କ୍ଷେତ୍ରରେ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିପାରିବ । ବିପର୍ଯ୍ୟୟ ପରିଚାଳନାରେ ଗାÂୀ ସଚେତନତା ହିଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏହା ହେଉଛି ଆମର ଉପଲବ୍ଧି ।
ମୁଖ୍ୟମନ୍ତ୍ରୀ କହିଲେ, ସରକାର ଗୋଟିଏ ପରେ ଗୋଟିଏ ସଂକଟର ମୁକାବିଲା କରିଚାଲିଛନ୍ତି, କିନ୍ତୁ ଲୋକଙ୍କୁ ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଆମେ ଭୁଲିଯାଇ ନାହୁଁ । ୫-ଟି, ଆମର ପଞ୍ଚମ ପାଳିର ମୁଖ୍ୟ ଫୋକସ ହୋଇ ରହିଆସିଛି । ସ୍ୱଚ୍ଛତା, ବୈଷୟିକ କୌଶଳ, ସାମୁହିକ ଉଦ୍ୟମ, ସମୟ ଓ ପରିବର୍ତ୍ତନକୁ ଆମେ ବିକାଶ ସହ ଯୋଡ଼ିଛୁ । ପ୍ରତ୍ୟେକ ବିଭାଗ ସେମାନଙ୍କ କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କ ଜୀବନରେ ଦୃଶ୍ୟମାନ ପରିବର୍ତ୍ତନ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି ଏବଂ ଏହି ଲକ୍ଷ୍ୟ ପୂରଣ ଦିଗରେ ନିରନ୍ତର କାମ କରିଚାଲିଛନ୍ତି । କୃଷି, ମହିଳା ସଶକ୍ତିକରଣ, କ୍ରୀଡ଼ା, ଯୁବସେବା, ଶିକ୍ଷା, ସ୍ୱାସ୍ଥ୍ୟ ଓ ଭିତ୍ତିଭୂମି ଦିଗରେ ସରକାର ବହୁ କାମ କରିଛନ୍ତି । ଆଗକୁ ଆମର କାମ ଜାରି ରହିବ । ଲୋକମାନଙ୍କୁ ଦେଇଥିବା ସବୁ ପ୍ରତିଶ୍ରୁତି ପୂରଣ କରିବୁ । ଓଡ଼ିଶା ବିକାଶର ନୂଆ ଉଚ୍ଚତାକୁ ଯିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି ।
Comments are closed, but trackbacks and pingbacks are open.