ରଣପୁର: ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ଗୋପାଳପୁର ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ମା ଓ ତାଙ୍କର ୫ ବର୍ଷ ଝିଅର ମୃତ୍ୟୁ ହୋଇଥିବାବେଳେ ୩ ବର୍ଷ ପୁଅର ଅବସ୍ଥା ଗୁରୁତର ହୋଇଥିବା ଜଣାପଡିଛି।
ସେମାନଙ୍କୁ ପ୍ରଥମେ ରଣପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏ ଘଟଣାକୁ ନେଇ ଥାନାରେ ମାମଲା ରୁଜୁ ହୋଇଛି। ଏପର୍ୟ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି।
Comments are closed, but trackbacks and pingbacks are open.