ଭୁବନେଶ୍ୱର,(ବି.ବି.ବୁ୍ୟରୋ): ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟରତ ନିରଞ୍ଜନ ସେଠୀଙ୍କରର ପଦୋନ୍ନତି ଘଟିଛି । ସେ ନିର୍ଦ୍ଦେଶକ (ବୈଷୟିକ) ପଦବିରେ କାର୍ଯ୍ୟ କରିବେ । ନିରଞ୍ଜନ ସେଠୀ ତାଙ୍କର ୩୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ବିଭିନ୍ନ ସମୟରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଲୋକସଂପର୍କ ଅଧିକାରୀ , ବିଭିନ୍ନ ଜିଲ୍ଲାର ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ଉତ୍ତରାଞ୍ଚଳ ଉପ ନିର୍ଦ୍ଦେଶକ(ସମ୍ବଲପୁର), ବିଭାଗର ସବୁ ଶାଖାରେ ଶାଖା ଅଧିକାରୀ ଭାବେ କାର୍ଯ୍ୟ କରି ନିଜ ଦକ୍ଷତା ପ୍ରଦର୍ଶନ କରିଛନ୍ତି । ଗତ ୨୦୧୯ ସାଧାରଣ ନିର୍ବାଚନରେ ନିର୍ବାଚନ ଆୟୋଗଙ୍କ ସୁପାରିଶରେ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସେ ମିଡିଆ ମ୍ୟାନେଜମେଣ୍ଟ ଓ ସୋସିଆଲ ମିଡିଆର ନୋଡାଲ୍ ଅଫିସର ଭାବେ କାର୍ଯ୍ୟ କରିଥିଲେ । କେବଳ କାର୍ଯ୍ୟ କରିନଥିଲେ ବରଂ ଶାସକ ବିରୋଧୀ ଦଳଙ୍କୁ ଏକାଠି ନେଇ ସୁରୁଖୁରୁରେ ନିର୍ବାଚନ କାର୍ଯ୍ୟ ସମ୍ପାଦନ କରିଥିଲେ । ଶ୍ରୀ ସେଠୀଙ୍କ ଦୀର୍ଘ ଦିନର ଅଭିଜ୍ଞତା ଓ ବିଭାଗୀୟ କାର୍ଯ୍ୟରେ ବୈଷୟିକ ଦକ୍ଷତାକୁ ଉପଲବ୍ଧି କରି ରାଜ୍ୟ ସରକାର ତାଙ୍କୁ ନିର୍ଦ୍ଦେଶକ(ବୈଷୟିକ) ଭାବେ ପଦୋନ୍ନତି ଦେଇଛନ୍ତି ।ନିର୍ଦ୍ଦେଶକ ଭାବେ ପଦୋନ୍ନତି ପାଇବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି ।


Comments are closed, but trackbacks and pingbacks are open.