ପଞ୍ଚଭୂତରେ ଲୀନ ହେଲେ ବିଜୟ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ପଞ୍ଚଭୂତରେ ଲୀନ ହେଲା ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ପାର୍ଥିବ ଶରୀର । ଭୁବନେଶ୍ୱର ସତ୍ୟନଗରସ୍ଥିତ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ମେଡିକାଲରୁ ବିଜୟଙ୍କ ମରଶରୀର ବମିଖାଲସ୍ଥିତ ବାସଭବନରେ ପହଞ୍ଚିବା ପରେ ସେଠାରେ ଅନେକ ପ୍ରଶଂସକ , ଶୁଭେଚ୍ଛୁ ଓ ପରିବାରବର୍ଗ ତାଙ୍କୁ ଶେଷ ସମ୍ମାନ ଜଣାଇଥିଲେ । ଏଥିସହ ଓଲିଉଡର ଅନେକ କଳାକାର ମଧ୍ୟ ବିଜୟଙ୍କ ଶେଷ ଦର୍ଶନ କରିଥିଲେ । ଏହାପରେ ବିଜୟଙ୍କ କର୍ମମୟ ଜୀବନ ବିତିଥିବା ଉକ୍ରଳ ସଂଗୀତ ମହାବିଦ୍ୟାଳୟକୁ ମରଶରୀରକୁ ନିଆଯାଇଥିଲା । ସେଠାରେ ଅନେକ ଓଲିଉଡ୍ କଳାକାର ଓ ସଂଗୀତ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ତାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଏହାପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଶହ ଶହ ପ୍ରଶଂସକ ବର୍ଷୀୟାନ ଅଭିନେତା ବିଜୟ ମହାନ୍ତିଙ୍କୁ ଶେଷ ସମ୍ମାନ ଜଣାଇଥିଲେ । ଗତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ବିଜୟ ମହାନ୍ତିଙ୍କର ପରଲୋକ ହୋଇଥିଲା ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons