ପଲିମର୍ସ ପ୍ଲାଣ୍ଟରୁ ବିଷାକ୍ତ ଗ୍ୟାସ୍‌ ଲିକ୍ ଘଟଣା‌: ଜରୁରୀ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

Get real time updates directly on you device, subscribe now.

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶ ଗ୍ୟାସ୍‌ ଲିକ୍‌ ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜରୁରୀ ବୈଠକ ଡାକିଛନ୍ତି। ଜାତୀୟ ବିପର୍ୟ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA) ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗ ଦେଇଥିଲେ।
ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ସ୍ଥିତି ସମ୍ପର୍କରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ସହ ଆଲୋଚନା କରିବା ସହ ସବୁ ପ୍ରକାର ସହାୟତା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ସମସ୍ତଙ୍କ ସୁରକ୍ଷା କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
ଆନ୍ଧ୍ର ପ୍ରଦେଶ ବିଶାଖାପଟନମ୍‌ ସ୍ଥିତ ଏଲ.ଜି. ପଲିମର୍ସ ପ୍ଲାଣ୍ଟରେ ହଠାତ୍‌ ବିଷାକ୍ତ ଗ୍ୟାସ୍‌ ଲିକ୍‌ ଘଟଣାରେ ମୃତ୍ୟୁ ସଂଖ୍ୟା ୮ ଛୁଇଁଲାଣି। ମୃତକଙ୍କ ମଧ୍ୟରେ ୨ ମହିଳା ଓ ଜଣେ ଶିଶୁ ଅଛନ୍ତି। ଗ୍ୟାସ ପ୍ରଭାବରେ ୫୦୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡିଲେଣି। ଅସୁସ୍ଥମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଗ୍ୟାସ ଯୋଗୁ ଲୋକଙ୍କର ଆଖି ପୋଡ଼ିବା, ମୁଣ୍ଡ ବିନ୍ଧିବା ସହ ଶ୍ୱାସକ୍ରିୟା ଜନିତ ସମସ୍ୟା ଦେଖା ଦେଇଥିଲା।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons