ପଶ୍ଚିମବଙ୍ଗକୁ ସହାୟତାର ପ୍ରସ୍ତାବ ଦେଲା ଓଡ଼ିଶା

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ସାମୁଦ୍ରିକ ବାତ୍ୟା ଅମ୍ଫାନ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପକ ଧନଜୀବନ ହାନିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବେଗ ପ୍ରକାଶ କରିଛନ୍ତି । ଏହା ସହିତ ପଶ୍ଚିମବଙ୍ଗ ସରକାରଙ୍କୁ ସବୁପ୍ରକାରର ସହଯୋଗ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କୁ ଆଜି (ଗୁରୁବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଦେ୍ର୍ଧଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ବାତ୍ୟା ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପକ ସମ୍ପତ୍ତି ନଷ୍ଟ ସହ ଲୋକମାନଙ୍କ ମୃତୁ୍ୟ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍ବେଗ ବ୍ୟକ୍ତ କରିଛନ୍ତି । ପଶ୍ଚିମବଙ୍ଗ ଲୋକମାନଙ୍କର ଏଭଳି ବିପର୍ଯ୍ୟୟ ସମୟରେ ଓଡ଼ିଶାର ଲୋକମାନେ ସହଯୋଗ ପାଇଁ ପ୍ରସ୍ତୁତ ଅଛନ୍ତି । ସବୁ ପ୍ରକାରର ସହାୟତା ଯୋଗାଇ ଦେବା ନିମନ୍ତେ ପଶ୍ଚିମବଙ୍ଗ ମୁଖ୍ୟ ସଚିବଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ତ୍ରିପାଠୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି । ସୂଚନାଯୋଗ୍ୟ, ବାତ୍ୟା ଅମ୍ଫାନ୍ ପ୍ରଭାବରେ ଉଭୟ ଓଡ଼ିଶା ଓ ପଶ୍ଚିମବଙ୍ଗ କ୍ଷତିଗ୍ରସ୍ତ ହୋଇଛନ୍ତି । ତେବେ ପଶ୍ଚିମବଙ୍ଗରେ ଅମ୍ଫାନ ଅଧିକ ତାଣ୍ଡବ ରଚିଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons