ପଶ୍ଚିମ ଓଡିଶା ବନ୍ଦ ଘଟଣା:୨୬କୁ ଘୁଞ୍ଚିଲା ପରବର୍ତ୍ତୀ ଶୁଣାଣି

Get real time updates directly on you device, subscribe now.

କଟକ,(ବି.ବି.ବ୍ୟୁରୋ): ଓଡିଶା ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଦୀର୍ଘଦିନ ହେବ ପଶ୍ଚିମ ଓଡିଶା ଆନ୍ଦୋଳନ ଚାଲିଛି । ପରେ ଅନୁରୂପ ଭାବେ ଦକ୍ଷିଣ ଓଡିଶାରେ ବନ୍ଦ ଡାକରା ଦିଆଯାଇ ଆସୁଅଛି । ଏହାଦ୍ୱାରା ସମ୍ପୃକ୍ତ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡି ଯାଉଥିଲାବେଳେ ଏ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା । ଓଡିଶା ହାଇକୋର୍ଟ ମାମଲାର ଶୁଣାଣି କରି ରାଜ୍ୟ ଆଇନଜୀବୀ ପରିଷଦକୁ ପକ୍ଷଭୁକ୍ତ କରିବା ସହ ଏହି ଆନ୍ଦୋଳନକୁ ପ୍ରତିହତ କରିବା ପାଇଁ କି’ ପଦକ୍ଷେପ ଗ୍ରହଣ କରାଯାଇଛି ସେ ସଂକ୍ରାନ୍ତରେ ଜବାବ ରଖିବାକୁ ଆଦେଶ ଦେଇଥିଲେ । କିନ୍ତୁ ଆଜି ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ଜବାବ ରଖାଯାଇନଥିଲା । ଫଳରେ ହାଇକୋର୍ଟ ଆସନ୍ତା ୨୬ ତାରିଖକୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଆଦେଶ ଦେଇଛନ୍ତି । ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଜାଭେରୀ ଏବଂ ବିଚାରପତି ଜଷ୍ଟିସ୍ କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ହାଇକୋର୍ଟର ସ୍ଥାୟୀ ବେଞ୍ଚ ଦାବିରେ ପଶ୍ଚିମ ଓଡିଶା ଓକିଲ ସଂଘ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା । ଏହି ବନ୍ଦ ଡାକରା ପାଇଁ ଜିଲ୍ଲାର ଅନେକ ସରକାରୀ କାର୍ଯ୍ୟାଳୟକୁ ବନ୍ଦ କରି ଦିଆଯାଇଥିଲା । ଏହାକୁ ବିରୋଧ କରି ଆବେଦନକାରୀ ଓଡିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆବେଦନକାରୀ ଶ୍ରୀ ମହାନ୍ତି ନିଜେ ଏହି ମାମଲା ପରିଚାଳନା କରୁଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons